Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:25 - ଓଡିଆ ବାଇବେଲ

25 ପୁଣି ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ; ପୁଣି ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ (ସଦାପ୍ରଭୁଙ୍କ ପ୍ରିୟ) ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ

25 ସଦାପ୍ରଭୁ ନାଥନ ନାମକ ଏକ ଭବିଷ୍ୟ‌ଦ୍‌ବକ୍ତାଙ୍କ ମାଧ୍ୟମରେ କହି ପଠାଇଲେ ଏବଂ ସଦାପ୍ରଭୁ ନାଥନ ତା'ର ନାମ ଶଲୋମନ ଯିଦୀଦିୟପରି ଦେଲେ। ନାଥନ ସଦାପ୍ରଭୁଙ୍କ ପାଇଁ ଏହା କଲେ।

Gade chapit la Kopi




2 ଶାମୁୟେଲ 12:25
14 Referans Kwoze  

ଇସ୍ରାଏଲର ରାଜା ଶଲୋମନ କି ଏସବୁ କାର୍ଯ୍ୟ ଦ୍ୱାରା ପାପ କରି ନ ଥିଲେ ? ଅନେକ ଗୋଷ୍ଠୀ ମଧ୍ୟରେ ତାଙ୍କ ପରି ରାଜା କେହି ନ ଥିଲେ ଓ ସେ ଆପଣା ପରମେଶ୍ୱରଙ୍କର ପ୍ରିୟପାତ୍ର ଥିଲେ, ପୁଣି ପରମେଶ୍ୱର ତାଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କଲେ; ତଥାପି ବିଦେଶୀୟା ସ୍ତ୍ରୀମାନେ ତାଙ୍କୁ ହିଁ ପାପ କରାଇଲେ।


ଏଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


ଏଥିରେ ନାଥନ ଶଲୋମନଙ୍କର ମାତା ବତ୍‍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କ’ଣ ତୁମ୍ଭେ ଶୁଣି ନାହଁ ?


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ" ଏହାଙ୍କ ବାକ୍ୟ ଶୁଣ ।


ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ।"


ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍‍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”


ଏଥିଉତ୍ତାରେ ଦାଉଦ ଆପଣା ଭାର୍ଯ୍ୟା ବତ୍‍ଶେବାକୁ ସାନ୍ତ୍ୱନା କଲେ ଓ ତାହା ନିକଟକୁ ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍‍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ, ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ।


ଏଥି ମଧ୍ୟରେ ଯୋୟାବ ଅମ୍ମୋନ ସନ୍ତାନଗଣର ରବ୍ବା ନଗର ପ୍ରତିକୂଳରେ ଯୁଦ୍ଧ କରି ରାଜନଗର ଅଧିକାର କଲା।


ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍‍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍‍ଶୂୟାଠାରୁ ଜାତ;


ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି, ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା;


ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।”


ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍‍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।


ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।


Swiv nou:

Piblisite


Piblisite