Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:7 - ଓଡିଆ ବାଇବେଲ

7 ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଥିରେ ନାଥନ ଦାଉଦଙ୍କୁ କହିଲେ, ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲ ହସ୍ତରୁ ରକ୍ଷା କଲୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ;

Gade chapit la Kopi

ପବିତ୍ର ବାଇବଲ

7 ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ହେଉଛ ସେହି ଧନୀ ଲୋକ, ଯାହାକି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହିଛନ୍ତି, ‘ମୁଁ ତୁମ୍ଭକୁ ଇସ୍ରାଏଲର ରାଜା କରିବାକୁ ପସନ୍ଦ କଲି। ମୁଁ ତୁମ୍ଭକୁ ଶାଉଲଠାରୁ ରକ୍ଷା କଲି।

Gade chapit la Kopi




2 ଶାମୁୟେଲ 12:7
22 Referans Kwoze  

ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ ।


ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।


ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;


ପୁଣି, ଭବିଷ୍ୟଦ୍‍ବକ୍ତା ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ନିଯୁକ୍ତ କରିଥିଲୁ, ତୁମ୍ଭେ ତାହାକୁ ଆପଣା ହସ୍ତରୁ ଛାଡ଼ି ଦେଇଅଛ, ଏହେତୁ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ ଓ ତାହାର ଲୋକଙ୍କ ବଦଳେ ତୁମ୍ଭ ଲୋକମାନେ ଯିବେ।”


ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍‍ ଦେବଗଣର ଅନୁଗାମୀ ହୋଇଅଛ।


ପୁଣି ସେ ମୋ’ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।


ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ;


ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍‍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ।


ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, ପରମେଶ୍ୱର ତାହାକୁ ମୋ’ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।


ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ଆଜି ଦ୍ୱିତୀୟବାର ମୋର ଜୁଆଁଇ ହେବ।


ତେଣୁ ଶାମୁୟେଲ କହିଲେ, କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାଆନ୍ତେ।


ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।


ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, ମୁଁ ଦାଉଦକୁ କାନ୍ଥରେ ଫୋଡ଼ିବି। ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇଥର ଘୁଞ୍ଚିଗଲେ।


ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି ?” ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି।


ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ;


ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।


ମାତ୍ର ଆପଣଙ୍କ ଦାସ ଏଣେତେଣେ କାର୍ଯ୍ୟରେ ବ୍ୟସ୍ତ ହେବା ବେଳେ ସେ ଚାଲିଗଲା।” ତହିଁରେ ଇସ୍ରାଏଲର ରାଜା ତାହାକୁ କହିଲେ, “ତୁମ୍ଭର ସେହି ପ୍ରକାର ଦଣ୍ଡ ହେବ; ତୁମ୍ଭେ ଆପେ ତାହା ନିଷ୍ପତ୍ତି କରିଅଛ।”


ତହୁଁ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ।


Swiv nou:

Piblisite


Piblisite