Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:25 - ଓଡିଆ ବାଇବେଲ

25 ଏଥିରେ ରାଜା ଅବଶାଲୋମକୁ କହିଲେ, “ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ୱରୂପ ହେବୁ।” ମାତ୍ର ସେ ବହୁତ ବାଧ୍ୟ କଲା; ତଥାପି ରାଜା ଯିବାକୁ ସମ୍ମତ ନୋହି ତାହାକୁ ଆଶୀର୍ବାଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏଥିରେ ରାଜା ଅବଶାଲୋମକୁ କହିଲେ, ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ଵରୂପ ହେବୁ। ମାତ୍ର ସେ ବହୁତ ବଳାଇଲା; ତେବେ ହେଁ ରାଜା ଯିବାକୁ ସମ୍ମତ ନୋହି ତାହାକୁ ଆଶୀର୍ବାଦ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିରେ ରାଜା ଅବଶାଲୋମଙ୍କୁ କହିଲେ, “ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ୱରୂପ ହେବୁ।” ମାତ୍ର ସେ ବହୁତ ବାଧ୍ୟ କଲା; ତଥାପି ରାଜା ଯିବାକୁ ସମ୍ମତ ନ ହୋଇ ତାହାକୁ ଆଶୀର୍ବାଦ କଲେ।

Gade chapit la Kopi

ପବିତ୍ର ବାଇବଲ

25 ଏଥିରେ ରାଜା ଅବଶାଲୋମକୁ କହିଲେ, “ନାହିଁ ମୋର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାରସ୍ୱରୂପ ହେବୁ।” ମାତ୍ର ସେ ବହୁତ ବଳାଇଲା। ତେବେ ହିଁ ରାଜା ଯିବାକୁ ସମ୍ମତ ନୋହି ତାହାକୁ ଆଶୀର୍ବାଦ କଲେ।

Gade chapit la Kopi




2 ଶାମୁୟେଲ 13:25
9 Referans Kwoze  

ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ ।


କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି । ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ ।


ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ରାଜଦାଣ୍ଡ ଓ ଗଛମୂଳକୁ ଯାଇ, ମୋହର ଗୃହ ଯେପେରି ପୂର୍ଣ୍ଣ ହୁଏ, ସେଥିପାଇଁ ଲୋକମାନଙ୍କୁ ଆସିବା ପାଇଁ କୁହ ।


ତହିଁରେ ଯୋୟାବ ମୁହଁ ମାଡ଼ି ପ୍ରଣାମ କରି ରାଜାଙ୍କର ଧନ୍ୟବାଦ କଲା; ଆଉ ଯୋୟାବ କହିଲା, “ହେ ମୋହର ପ୍ରଭୁ, ମହାରାଜ, ମୁଁ ଯେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ଆପଣଙ୍କ ଦାସ ଆଜି ଜାଣିଲା, ଯେହେତୁ ମହାରାଜ ଆପଣା ଦାସର ନିବେଦନାନୁସାରେ କଲେ ।”


ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”


ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସି କହିଲା, “ଦେଖନ୍ତୁ, ଆପଣଙ୍କ ଦାସର ମେଷଲୋମ ଛେଦନ ହେଉଅଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସର ସଙ୍ଗରେ ଆସନ୍ତୁ।”


ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ ?”


Swiv nou:

Piblisite


Piblisite