Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:5 - ଓଡିଆ ବାଇବେଲ

5 ଏଥିରେ ଯୋନାଦବ୍‍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ମୋହର ଭଗିନୀ ତାମରକୁ ମୋ’ ନିକଟକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋ’ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଥିରେ ଯୋନାଦବ୍ ତାହାକୁ କହିଲା, ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ମୋହର ଭଗିନୀ ତାମରକୁ ମୋʼ କତିକି ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋʼ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିରେ ଯୋନାଦବ୍‍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ମୋହର ଭଗିନୀ ତାମରକୁ ମୋʼ ନିକଟକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋʼ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”

Gade chapit la Kopi

ପବିତ୍ର ବାଇବଲ

5 ଯୋନାଦବ୍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର। ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ଦୟାକରି ମୋର ଭଉଣୀ ତାମରକୁ ମୋ’ ପାଖକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦିଅନ୍ତୁ। ସେ ମୋ’ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”

Gade chapit la Kopi




2 ଶାମୁୟେଲ 13:5
8 Referans Kwoze  

ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର ସେନାପତିଙ୍କୁ ନିବେଦନ କରନ୍ତୁ । ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ ।


ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।


ତହିଁରେ ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ୱରୂପ ହେବ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ।”


ଏଣୁ ଯୋନାଦବ୍‍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କ’ଣ ତାହା କହିବ ନାହିଁ ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”


ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋ’ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋ’ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।”


Swiv nou:

Piblisite


Piblisite