Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:7 - ଓଡିଆ ବାଇବେଲ

7 ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅନନ୍ତର ଚାଳିଶ ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି ଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦେଉନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ

7 ଏହିପରି ଗ୍ଭରି ବର୍ଷ ପରେ ଅବଶାଲୋମ ରାଜା ଦାଉଦଙ୍କୁ କହିଲେ, “ଦୟାକରି ମୋତେ ହିବ୍ରୋଣକୁ ମୋର ଶପଥ ପୁରଣ କରିବା ପାଇଁ ଯିବାକୁ ଦିଅନ୍ତୁ।

Gade chapit la Kopi




2 ଶାମୁୟେଲ 15:7
10 Referans Kwoze  

ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଉର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।


କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ ।


ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, "ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା ।"


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।


ଏହିରୂପେ ଅବଶାଲୋମ ପଳାଇ ଗଶୂରକୁ ଯାଇ ସେଠାରେ ତିନି ବର୍ଷ ରହିଲା।


ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।


ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ;


ପୁଣି ଦ୍ୱିତୀୟ ପୁତ୍ର କିଲାବ୍‍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର।


Swiv nou:

Piblisite


Piblisite