Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 16:23 - ଓଡିଆ ବାଇବେଲ

23 ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ଦ୍ୱାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ଵରଙ୍କ ବାକ୍ୟ ଦ୍ଵାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ଦ୍ୱାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା।

Gade chapit la Kopi

ପବିତ୍ର ବାଇବଲ

23 ସେ ସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ବୋଲି ବିବେଚନା କରାଯାଏ। ଦାଉଦ ଓ ଅବଶାଲୋମ ଉଭୟ ଏହାକୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କଲେ।

Gade chapit la Kopi




2 ଶାମୁୟେଲ 16:23
20 Referans Kwoze  

ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।


ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।


ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ୱରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍‍ ।


ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,


ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ ।


ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;


ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କିପ୍ରକାର ?


କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।


ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।


ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋ’ ନିବେଦନର ରବ ଶ୍ରବଣ କର।


ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ


ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’”


ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ।


ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି ? ତହିଁରେ ସେ ତାଙ୍କୁ କହିଲେ, ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନୋହି ସମସ୍ତଙ୍କୁ ଉଦ୍ଧାର କରିବ।


ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”


ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି। ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୁ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”


ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି।


Swiv nou:

Piblisite


Piblisite