Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:11 - ଓଡିଆ ବାଇବେଲ

11 ଏଉତ୍ତାରେ ଦାଉଦ ରାଜା ସାଦୋକ ଓ ଅବୀୟାଥର ଯାଜକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ତୁମ୍ଭେମାନେ ଯିହୁଦାର ପ୍ରାଚୀନବର୍ଗଙ୍କୁ କୁହ, ‘ରାଜାଙ୍କୁ ତାଙ୍କ ଗୃହକୁ ଆଣିବା ପାଇଁ ସମସ୍ତ ଇସ୍ରାଏଲର କଥା ତାଙ୍କ ନିକଟରେ ଉପସ୍ଥିତ ହେଲାଣି, ଏନିମନ୍ତେ ରାଜାଙ୍କୁ ତାଙ୍କ ଗୃହକୁ ଫେରାଇ ଆଣିବା ପାଇଁ ତୁମ୍ଭେମାନେ କାହିଁକି ପଛଘୁଞ୍ଚା ହେଉଅଛ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଉତ୍ତାରେ ଦାଉଦ ରାଜା ସାଦୋକ ଓ ଅବୀୟାଥର ଯାଜକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ତୁମ୍ଭେମାନେ ଯିହୁଦାର ପ୍ରାଚୀନବର୍ଗଙ୍କୁ କୁହ, ରାଜାଙ୍କୁ ତାଙ୍କ ଗୃହକୁ ଆଣିବା ପାଇଁ ସମସ୍ତ ଇସ୍ରାଏଲର କଥା ତାଙ୍କ ନିକଟରେ ଉପସ୍ଥିତ ହେଲାଣି, ଏନିମନ୍ତେ ରାଜାଙ୍କୁ ତାଙ୍କ ଗୃହକୁ ଫେରାଇ ଆଣିବା ପାଇଁ ତୁମ୍ଭେମାନେ କାହିଁକି ପଶ୍ଚାତ୍ପଦ ହେଉଅଛ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଉତ୍ତାରେ ଦାଉଦ ରାଜା ସାଦୋକ ଓ ଅବୀୟାଥର ଯାଜକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ତୁମ୍ଭେମାନେ ଯିହୁଦାର ପ୍ରାଚୀନବର୍ଗଙ୍କୁ କୁହ, ‘ରାଜାଙ୍କୁ ତାଙ୍କ ଗୃହକୁ ଆଣିବା ପାଇଁ ସମସ୍ତ ଇସ୍ରାଏଲର କଥା ତାଙ୍କ ନିକଟରେ ଉପସ୍ଥିତ ହେଲାଣି, ଏନିମନ୍ତେ ରାଜାଙ୍କୁ ତାଙ୍କ ଗୃହକୁ ଫେରାଇ ଆଣିବା ପାଇଁ ତୁମ୍ଭେମାନେ କାହିଁକି ପଛଘୁଞ୍ଚା ହେଉଅଛ?

Gade chapit la Kopi

ପବିତ୍ର ବାଇବଲ

11 ରାଜା ଦାଉଦ ସାଦୋକ୍ ଓ ଅବିୟାଥରଙ୍କୁ ଯାଜକମାନଙ୍କ ନିକଟକୁ ଗୋଟିଏ ବାର୍ତ୍ତା ପଠାଇଲେ। ଦାଉଦ କହିଲେ, “ତୁମ୍ଭେମାନେ ଯାଅ ଓ ଯିହୁଦାର ପ୍ରାଚୀନବର୍ଗମାନଙ୍କୁ କୁହ, ‘ରାଜାଙ୍କୁ ତାଙ୍କ ଗୃହକୁ ଆଣିବା ପାଇଁ ସସମ୍ତ ଇସ୍ରାଏଲ କହନ୍ତି। ତାହାହେଲେ ରାଜାଙ୍କୁ ତାଙ୍କ ଗୃହକୁ ଫେରାଇ ଆଣିବା ପାଇଁ ତୁମ୍ଭେମାନେ କାହିଁକି ଅନ୍ତିମ ଗୋଷ୍ଠୀ ହେଉଛ?

Gade chapit la Kopi




2 ଶାମୁୟେଲ 19:11
11 Referans Kwoze  

ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଗଲେ ଓ ସେମାନେ ସେଠାରେ ରହିଲେ।


ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁସରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶରୂପେ ଦେଖାଇବା ପାଇଁ ସେପରି କଲୁ ।


ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ୱରଙ୍କ ସହିତ ସମ୍ମିଳିତ ହୁଅ ।


ସେହି ପ୍ରକାରେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ ।


ପୁଣି, ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକଙ୍କୁ ଯାଜକ କରି ନିଯୁକ୍ତ କଲେ।


ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମକୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ ?”


ଏଥିରେ ଦେଖ, ସମୁଦାୟ ଇସ୍ରାଏଲ ଲୋକ ରାଜାଙ୍କ ନିକଟକୁ ଆସି ରାଜାଙ୍କୁ କହିଲେ, “ଆମ୍ଭମାନଙ୍କ ଭ୍ରାତୃବର୍ଗ ଯିହୁଦା-ଲୋକେ କାହିଁକି ଆପଣଙ୍କୁ ଚୋରି କରି ନେଲେ, ଆଉ ମହାରାଜଙ୍କୁ ଓ ତାଙ୍କ ପରିଜନବର୍ଗଙ୍କୁ ଓ ଦାଉଦଙ୍କ ସଙ୍ଗେ ତାଙ୍କର ସମସ୍ତ ଲୋକଙ୍କୁ ଯର୍ଦ୍ଦନ ପାର କରି ଆଣିଲେ ? ସେତେବେଳେ ଦାଉଦଙ୍କର ସମସ୍ତ ଲୋକ ତାଙ୍କ ସଙ୍ଗରେ ଥିଲେ।”


ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।


ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।


Swiv nou:

Piblisite


Piblisite