Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:22 - ଓଡିଆ ବାଇବେଲ

22 ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କ’ଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ ? ଆଜି ଇସ୍ରାଏଲ ମଧ୍ୟରେ କ’ଣ କାହାରି ପ୍ରାଣଦଣ୍ଡ ହେବ ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କ’ଣ ମୁଁ ଜାଣୁ ନାହିଁ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏଥିରେ ଦାଉଦ କହିଲେ, ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କି ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ? ଆଜି ଇସ୍ରାଏଲ ମଧ୍ୟରେ କି କାହାରି ପ୍ରାଣଦଣ୍ତ ହେବ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କି ମୁଁ ଜାଣୁ ନାହିଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କʼଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ? ଆଜି ଇସ୍ରାଏଲ ମଧ୍ୟରେ କʼଣ କାହାରି ପ୍ରାଣଦଣ୍ଡ ହେବ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କʼଣ ମୁଁ ଜାଣୁ ନାହିଁ?”

Gade chapit la Kopi

ପବିତ୍ର ବାଇବଲ

22 ଦାଉଦ କହିଲେ, “ହେ ସରୁୟାର ପୁତ୍ର, ତୁମ୍ଭମାନଙ୍କ ସହିତ ମୁଁ କ’ଣ କରିବି? ଆଜି ତୁମ୍ଭେମାନେ ମୋର ବିରୁଦ୍ଧରେ ଅଛ। ଇସ୍ରାଏଲରେ କୌଣସି ଲୋକକୁ ମୃତ୍ୟୁ ଦଣ୍ତ ଦିଆଯିବ ନାହିଁ। ଆଜି ମୁଁ ଜାଣେ ଯେ ମୁଁ ଇସ୍ରାଏଲ ଉପରେ ରାଜା ଅଟେ।”

Gade chapit la Kopi




2 ଶାମୁୟେଲ 19:22
11 Referans Kwoze  

ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋ’ର କ’ଣ କରିବାର ଅଛି ? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦକୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି ? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ ?’”


ମାତ୍ର ଶାଉଲ କହିଲେ, ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।


ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍‍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”


ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ୱରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କ'ଣ ଅଛି ? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ ?


ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।


ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।


ସେତେବେଳେ ସରୁୟାର ପୁତ୍ର ଅବୀଶୟ ରାଜାଙ୍କୁ କହିଲା, “ଏ ମଲା କୁକ୍କୁରଟା କାହିଁକି ମୋ’ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇ ଯାଇ ତାହାର ମୁଣ୍ଡ କାଟି ପକାଏ।”


ଏଥିରେ ଦାଉଦ ଅବୀଶୟକୁ କହିଲେ, ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ ?


ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋ’ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା।


ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।


Swiv nou:

Piblisite


Piblisite