Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:23 - ଓଡିଆ ବାଇବେଲ

23 ତଥାପି ସେ ଫେରିବାକୁ ମନା କଲା; ଏଣୁ ଅବ୍‍ନର ବର୍ଚ୍ଛାର ପଛ ଅଗରେ ତାହାର ପେଟ ଭୁସି ଦିଅନ୍ତେ, ବର୍ଚ୍ଛା ତାହାର ପଛଆଡ଼େ ଫୁଟି ବାହାରିଲା; ତହୁଁ ସେ ସେହିଠାରେ ପଡ଼ି ସେହି ସ୍ଥାନରେ ମଲା; ପୁଣି ଯେତେ ଲୋକ ଅସାହେଲର ପଡ଼ିବା ଓ ମରିବା ସ୍ଥାନକୁ ଆସିଲେ, ସେମାନେ ଠିଆ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତଥାପି ସେ ଫେରିବାକୁ ନାସ୍ତି କଲା; ଏଣୁ ଅବ୍ନର ବର୍ଚ୍ଛାର ପଛ ଅଗରେ ତାହାର ପେଟ ଭୁସି ଦିଅନ୍ତେ, ବର୍ଚ୍ଛା ତାହାର ପଛଆଡ଼େ ଫୁଟି ବାହାରିଲା; ତହୁଁ ସେ ସେହିଠାରେ ପଡ଼ି ସେହି ସ୍ଥାନରେ ମଲା; ପୁଣି ଯେତେ ଲୋକ ଅସାହେଲର ପଡ଼ିବା ଓ ମରିବା ସ୍ଥାନକୁ ଆସିଲେ, ସେମାନେ ଠିଆ ହୋଇ ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତଥାପି ସେ ଫେରିବାକୁ ମନା କଲା; ଏଣୁ ଅବ୍‍ନର ବର୍ଚ୍ଛାର ପଛ ଅଗରେ ତାହାର ପେଟ ଭୁସି ଦିଅନ୍ତେ, ବର୍ଚ୍ଛା ତାହାର ପଛଆଡ଼େ ଫୁଟି ବାହାରିଲା; ତହୁଁ ସେ ସେହିଠାରେ ପଡ଼ି ସେହି ସ୍ଥାନରେ ମଲା; ପୁଣି ଯେତେ ଲୋକ ଅସାହେଲର ପଡ଼ିବା ଓ ମରିବା ସ୍ଥାନକୁ ଆସିଲେ, ସେମାନେ ଠିଆ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ

23 କିନ୍ତୁ ଅସାହେଲ୍ ଅ‌‌ବ୍‌‌ନର ପଛରେ ଦୌଡ଼ିବାରୁ ବିରତ ହେଲା ନାହିଁ। ତେଣୁ ଅ‌‌ବ୍‌‌ନର ବର୍ଚ୍ଛାର ମୁନରେ ତା'ର ପେଟକୁ ଭୂଷି ଦେବାରୁ ତାହା ପିଠି ଦେଇ ବାହାରି ଗଲା। ତେଣୁ ସେ ସେହିଠାରେ ମରିଗଲା। ଅସାହେ‌ଲ୍‌ର ମୃତ ଶରୀର ଭୂମି ଉପରେ ସେହିଠାରେ ପଡ଼ି ରହିଥିଲା। ଯେତେ ଲୋକ ସେ ବାଟ ଦେଇ ଦୌଡ଼ୁ ଥିଲେ, ସମସ୍ତେ ସେହିଠାରେ ଅଟକି ଗଲେ।

Gade chapit la Kopi




2 ଶାମୁୟେଲ 2:23
7 Referans Kwoze  

ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇ ଗଲେ।


ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।


ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସି ପାରିବ ନାହିଁ।”


ମାତ୍ର ଯୋୟାବ ଓ ଅବୀଶୟ ଅବ୍‍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ୍‍ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।


ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍‍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍‍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।


Swiv nou:

Piblisite


Piblisite