Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:5 - ଓଡିଆ ବାଇବେଲ

5 ତହିଁରେ ଦାଉଦ ଯାବେଶ୍‍-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ଦାଉଦ ଯାବେଶ୍-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର, କାରଣ ତୁମ୍ଭେମାନେ ଆପଣା ପ୍ରଭୁ ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ଦାଉଦ ଯାବେଶ-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ-ପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।

Gade chapit la Kopi

ପବିତ୍ର ବାଇବଲ

5 ଦାଉଦ ଯାବେଶ୍ ଗିଲିୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇଲେ ଓ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ। କାରଣ ତୁମ୍ଭେମାନେ ନିଜର ପ୍ରଭୁ ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।

Gade chapit la Kopi




2 ଶାମୁୟେଲ 2:5
16 Referans Kwoze  

ତହୁଁ ଶାଉଲ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋ’ ପ୍ରତି କୃପା କଲ।


ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ।


ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କ’ଣ ତାକୁ ଭଲରେ ଯିବାକୁ ଦେବ ? ଏଣୁ ଆଜି ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।


ଏଥିରେ ନୟମୀ ନିଜ ପୁତ୍ରବଧୂକୁ କହିଲା, “ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ।” ନୟମୀ ଆହୁରି କହିଲା, “ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ବ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।”


ସେ କହିଲା, “ଆହେ ମୋହର କନ୍ୟା,” ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।


ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରି ଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ।


ପୁଣି ସେମାନେ କହିଲେ, ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ-ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି ? ତହିଁରେ ଦେଖ, ଯାବେଶ ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।


ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।


ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ;


ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,


ଏଥିରେ ସେମାନେ ତାହାକୁ କହିଲେ, ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା।


ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍‍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍‍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା।


ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରାବେଳେ ତୁମ୍ଭେମାନେ ଉଦ୍ଧାର ପାଇବ; ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।


ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା ? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ।”


ସେତେବେଳେ ଦାଉଦ ଯାଇ ଯାବେଶ୍‍-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ୍‍-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।


Swiv nou:

Piblisite


Piblisite