Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:16 - ଓଡିଆ ବାଇବେଲ

16 ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, “ଶୁଣ, ଶୁଣ ! ମୁଁ ବିନୟ କରୁଅଛି, ଯୋୟାବକୁ ଏହି ସ୍ଥାନକୁ ଆସିବାକୁ କୁହ, ଯେପରି ମୁଁ ତାଙ୍କ ସହିତ କଥାବାର୍ତ୍ତା କରିପାରେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, ଶୁଣ, ଶୁଣ, ମୁଁ ବିନୟ କରୁଅଛି, ଯୋୟାବକୁ ଏସ୍ଥାନ ପର୍ଯ୍ୟନ୍ତ ଆସିବାକୁ କୁହ, ମୁଁ ତାହା ସଙ୍ଗରେ କଥାବାର୍ତ୍ତା କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, “ଶୁଣ, ଶୁଣ! ମୁଁ ବିନୟ କରୁଅଛି, ଯୋୟାବକୁ ଏହି ସ୍ଥାନକୁ ଆସିବାକୁ କୁହ, ଯେପରି ମୁଁ ତାଙ୍କ ସହିତ କଥାବାର୍ତ୍ତା କରିପାରେ।”

Gade chapit la Kopi

ପବିତ୍ର ବାଇବଲ

16 ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତି ସ୍ତ୍ରୀ ଡାକି କହିଲା, “ଶୁଣ ଶୁଣ, ମୁଁ ବିନୟ କରୁଅଛି ଯୋୟାବକୁ ଏ ସ୍ଥାନ ପର୍ଯ୍ୟନ୍ତ ଆସିବାକୁ କୁହ। ମୁଁ ତା’ ସହିତ କଥାବାର୍ତ୍ତା କରିବାକୁ ଗ୍ଭହୁଁଛି।”

Gade chapit la Kopi




2 ଶାମୁୟେଲ 20:16
7 Referans Kwoze  

ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;


ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।


ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, “ଆପଣ କ’ଣ ଯୋୟାବ ?” ସେ ଉତ୍ତର କଲା, “ହଁ।” ତେବେ ସେ ସ୍ତ୍ରୀ ତାହାକୁ କହିଲା, “ଆପଣା ଦାସୀର କଥା ଶୁଣନ୍ତୁ।” ସେ ଉତ୍ତର କଲା, “ମୁଁ ଶୁଣୁଅଛି।”


ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା। ତହୁଁ ଲୋକମାନେ ବିଖ୍ରିିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ। ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ଗଲେ। ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ ନିକଟକୁ ଫେରିଗଲା।


ସେତେବେଳେ ଅରୀୟୋକ୍‍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;


Swiv nou:

Piblisite


Piblisite