Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:4 - ଓଡିଆ ବାଇବେଲ

4 ଏଉତ୍ତାରେ ରାଜା ଅମାସାଙ୍କୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋ’ଠାରେ ଏକତ୍ର କର ଓ ତୁମ୍ଭେ ମଧ୍ୟ ଉପସ୍ଥିତ ହୁଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଉତ୍ତାରେ ରାଜା ଅମାସାକୁ କହିଲେ, ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ କତିରେ ଏକତ୍ର କର ଓ ତୁମ୍ଭେ ଏଠାରେ ଉପସ୍ଥିତ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଉତ୍ତାରେ ରାଜା ଅମାସାଙ୍କୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ ଠାରେ ଏକତ୍ର କର ଓ ତୁମ୍ଭେ ମଧ୍ୟ ଉପସ୍ଥିତ ହୁଅ।”

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ରାଜା ଅମାସାକୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ କୁହ ମୋତେ ସାକ୍ଷାତ କରିବା ପାଇଁ ଏବଂ ତୁମ୍ଭେ ମଧ୍ୟ ସେଠାରେ ଉପସ୍ଥିତ ହୁଅ।”

Gade chapit la Kopi




2 ଶାମୁୟେଲ 20:4
4 Referans Kwoze  

ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ ?’ ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”


ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାକୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।


ପୁଣି, ଅବୀଗଲ ଅମାସାକୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା।


ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ଜୟ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ।”


Swiv nou:

Piblisite


Piblisite