Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:6 - ଓଡିଆ ବାଇବେଲ

6 ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀରବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ଦାଉଦ ଅବୀଶୟକୁ କହିଲେ, ଏବେ ଅବଶାଲୋମ ଅପେକ୍ଷା ବିଖ୍ରିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀରବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀର-ବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”

Gade chapit la Kopi

ପବିତ୍ର ବାଇବଲ

6 ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ। ତୁମ୍ଭେ ମୋର ଅଧିକାରୀମାନଙ୍କୁ ନେଇ ତାଙ୍କ ପଛେ ପଛେ ଯାଅ, ନୋହିଲେ ସେ ପ୍ରାଚୀର ବେଷ୍ଟିତ କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”

Gade chapit la Kopi




2 ଶାମୁୟେଲ 20:6
17 Referans Kwoze  

ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋ’ ପୁତ୍ର ଶଲୋମନକୁ ମୋ’ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇ ଯାଅ।”


ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।”


ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋ’ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କ’ଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି ? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏକଥା କରିବି ନାହିଁ।”


ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।


ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।


ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।


ଏଣୁ ଏବେ ଉଠି ବାହାରକୁ ଯାଇ ଆପଣା ଦାସମାନଙ୍କୁ ଦୟାରେ କଥା କହନ୍ତୁ; କାରଣ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି, ଯଦି ଆପଣ ବାହାରକୁ ନ ଯା’ନ୍ତି, ତେବେ ଏହି ରାତ୍ରି ଆପଣଙ୍କ ସହିତ ଜଣେ ହେଁ ରହିବ ନାହିଁ; ଆଉ ଆପଣଙ୍କ ଯୌବନକାଳ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି, ସେ ସବୁରୁ ହିଁ ଏହି ଅମଙ୍ଗଳ ଆପଣଙ୍କ ପ୍ରତି ଅଧିକ ହେବ।”


ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମକୁ ସ୍ପର୍ଶ କରିବ ନାହିଁ।’


ପୁଣି ଦାଉଦ ଯୋୟାବ ହସ୍ତରେ ସୈନ୍ୟମାନଙ୍କର ତୃତୀୟାଂଶ ଓ ଯୋୟାବର ଭ୍ରାତା, ସରୁୟାର ପୁତ୍ର ଅବୀଶୟ ହସ୍ତରେ ତୃତୀୟାଂଶ ଓ ଗାଥୀୟ ଇତ୍ତୟ ହସ୍ତରେ ତୃତୀୟାଂଶ ସମର୍ପଣ କରି ପଠାଇଲେ। ଆଉ ରାଜା ଲୋକମାନଙ୍କୁ କହିଲେ, “ମୁଁ ନିଜେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ନିଶ୍ଚୟ ଯିବି।”


ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।


ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍‍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”


ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍‍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍‍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।


ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।


ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, ମୋ’ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ ? ତହିଁରେ ଅବୀଶୟ କହିଲା, ମୁଁ ତୁମ୍ଭ ସଙ୍ଗେ ଯିବି।


ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ ? ଏକତ୍ରିତ ହୁଅ,ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।


ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ ।


Swiv nou:

Piblisite


Piblisite