Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 21:15 - ଓଡିଆ ବାଇବେଲ

15 ଏଥିଉତ୍ତାରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ସୈନ୍ୟମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳାନ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅନନ୍ତର ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ଦାସମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳା; ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ସୈନ୍ୟମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳାନ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

15 ଏହା ପରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା। ଦାଉଦ ଓ ତାଙ୍କ ସହିତ ତାଙ୍କର ଲୋକମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, କିନ୍ତୁ ଦାଉଦ ଦୁର୍ବଳ ଓ କ୍ଳାନ୍ତ ହେଲେ।

Gade chapit la Kopi




2 ଶାମୁୟେଲ 21:15
14 Referans Kwoze  

ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;


ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।


ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।


ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ।


ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟୀମ ତଳଭୂମିରେ ବିସ୍ତାର (ବିଶ୍ରାମ ନେଲେ) ହେଲେ।


ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।


ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋ’ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।


ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।


ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।


ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।


Swiv nou:

Piblisite


Piblisite