Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 21:3 - ଓଡିଆ ବାଇବେଲ

3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କ ଅଧିକାରକୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?”

Gade chapit la Kopi

ପବିତ୍ର ବାଇବଲ

3 ଦାଉଦ ଗିବିୟୋନୀୟମାନଙ୍କୁ କହିଲେ, “ମୁଁ ଇସ୍ରାଏଲର ପାପ ଦୂର କରିବା ପାଇଁ କ’ଣ କରି ପାରିବି, ଯାହା ଫଳରେ ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଆଶୀର୍ବାଦ କରି ପାରିବ?”

Gade chapit la Kopi




2 ଶାମୁୟେଲ 21:3
9 Referans Kwoze  

ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ ?”


ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ ।


ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର।


ମନୁଷ୍ୟ ଯଦି ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ ? ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।


ପୁଣି, ସେ ହୋମ ବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।


ତହିଁ ପର ଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”


ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା ?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢିଲା।


Swiv nou:

Piblisite


Piblisite