Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:21 - ଓଡିଆ ବାଇବେଲ

21 ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ଶୌଚାନୁସାରେ ମୋତେ ଫଳ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।

Gade chapit la Kopi

ପବିତ୍ର ବାଇବଲ

21 ସଦାପ୍ରଭୁ ମୋତେ ପୁରସ୍କୃତ କରିବେ, କାରଣ ଯାହା ଠିକ୍ ମୁଁ ତାହା ହିଁ କଲି, ମୁଁ କିଛି ଭୁଲ୍ କରି ନ ଥିଲି, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।

Gade chapit la Kopi




2 ଶାମୁୟେଲ 22:21
13 Referans Kwoze  

ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।


ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।


ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୁ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର।


ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।


ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର ।


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ ।


ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।


ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।


ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ।


ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପା’ନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କ’ଣ ତତୋଧିକ ପାଇବେ ନାହିଁ ?


ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।


Swiv nou:

Piblisite


Piblisite