Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:42 - ଓଡିଆ ବାଇବେଲ

42 ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ସେମାନେ ଅନାଇଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

42 ସେମାନେ ସାହାଯ୍ୟ ପାଇଁ ଚିତ୍କାର କଲେ, କିନ୍ତୁ କେହି ସେମାନଙ୍କୁ ରକ୍ଷା କରିବାକୁ ଆଗେଇ ଆସି ନ ଥିଲେ। ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଡାକିଲେ, କିନ୍ତୁ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi




2 ଶାମୁୟେଲ 22:42
10 Referans Kwoze  

ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।


ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍‍ ଦ୍ୱାରା, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା।


ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।


ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।”


ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ ?


ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ।


ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ।


Swiv nou:

Piblisite


Piblisite