Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:51 - ଓଡିଆ ବାଇବେଲ

51 ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତ କାଳ ଦୟା ପ୍ରକାଶ କରନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନ; କାଳ ଦୟା ବ୍ୟବହାର କରନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତକାଳ ଦୟା ପ୍ରକାଶ କରନ୍ତି।”

Gade chapit la Kopi

ପବିତ୍ର ବାଇବଲ

51 ସଦାପ୍ରଭୁ ତାଙ୍କର ନିଜର ରାଜାଙ୍କୁ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରିଛନ୍ତି। ସେ ତାଙ୍କର ମନୋନୀତ ରାଜା ଦାଉଦଙ୍କ ପ୍ରତି ପ୍ରେମ ଦେଖାଇଛନ୍ତି। ସେଥିପାଇଁ ସେ ଦାଉଦ ଓ ତାଙ୍କର ପରିବାରବର୍ଗମାନଙ୍କ ପ୍ରତି ଅନନ୍ତକାଳ ପାଇଁ ଦୟା ଦେଖାଇଛନ୍ତି।

Gade chapit la Kopi




2 ଶାମୁୟେଲ 22:51
18 Referans Kwoze  

ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।


ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ଡଳର ଆୟୁର ତୁଲ୍ୟ ସ୍ଥିର କରିବା।


ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;


ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି।


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ ।


ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।’


ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।”


ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।


ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।


ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।


ହେ ସଦାପ୍ରଭୁ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ !


ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ।


ସେ କହିଲେ, “ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,


ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ।


ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତ କାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତ କାଳସ୍ଥାୟୀ ହେବ।”


ଯିଶୀର ପୁତ୍ର ଦାଉଦ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ୱରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ଦାଉଦଙ୍କର ଶେଷ କଥା ଏହି;


Swiv nou:

Piblisite


Piblisite