Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:18 - ଓଡିଆ ବାଇବେଲ

18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।

Gade chapit la Kopi

ପବିତ୍ର ବାଇବଲ

18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବ, ଯୋୟାବର ଭ୍ରାତା ଅବୀଶୟ ମୁଖ୍ୟ ଥିଲେ। ସେ 300 ଲୋକ ବିରୁଦ୍ଧରେ ନିଜର ବର୍ଚ୍ଛା ଉଠାଇ ସେମାନଙ୍କୁ ହତ୍ୟା କରିଥିଲା। ଏଣୁ ସେ ଏହି ତିନିଙ୍କ ମଧ୍ୟରେ ବିଖ୍ୟାତ ହେଲା।

Gade chapit la Kopi




2 ଶାମୁୟେଲ 23:18
11 Referans Kwoze  

ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।


ପୁଣି ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭାଇ ଅବୀଶୟ ହସ୍ତରେ ସମର୍ପଣ କଲା; ତହିଁରେ ସେ ସେମାନଙ୍କୁ ନେଇ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ସୈନ୍ୟ ସଜାଇଲା।


ପୁଣି ଦାଉଦ ଯୋୟାବ ହସ୍ତରେ ସୈନ୍ୟମାନଙ୍କର ତୃତୀୟାଂଶ ଓ ଯୋୟାବର ଭ୍ରାତା, ସରୁୟାର ପୁତ୍ର ଅବୀଶୟ ହସ୍ତରେ ତୃତୀୟାଂଶ ଓ ଗାଥୀୟ ଇତ୍ତୟ ହସ୍ତରେ ତୃତୀୟାଂଶ ସମର୍ପଣ କରି ପଠାଇଲେ। ଆଉ ରାଜା ଲୋକମାନଙ୍କୁ କହିଲେ, “ମୁଁ ନିଜେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ନିଶ୍ଚୟ ଯିବି।”


ପୁଣି, ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ। ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ, ଏ ତିନି ସରୁୟାର ପୁତ୍ର।


ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।


ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍‍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍‍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।


ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।


ଏହି ତିନିଙ୍କ ମଧ୍ୟରେ ସେ କ’ଣ ଅତ୍ୟନ୍ତ ମର୍ଯ୍ୟାଦାପନ୍ନ ନ ଥିଲା ? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।


ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡି ଯାଏ ନାହିଁ।


Swiv nou:

Piblisite


Piblisite