Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:3 - ଓଡିଆ ବାଇବେଲ

3 ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ‘ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଇସ୍ରାଏଲର ପରମେଶ୍ଵର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଏକ ବ୍ୟକ୍ତି ଧର୍ମରେ ଲୋକ-ମାନଙ୍କ ଉପରେ ରାଜତ୍ଵ କରିବେ, ସେ ପରମେଶ୍ଵରଙ୍କ ଭୟରେ ରାଜତ୍ଵ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।

Gade chapit la Kopi

ପବିତ୍ର ବାଇବଲ

3 ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ, ‘ଯେଉଁ ବ୍ୟକ୍ତି ନ୍ୟାୟ ଭାବରେ ଲୋକମାନଙ୍କୁ ଶାସନ କରେ, ଯିଏ ସଦାପ୍ରଭୁଙ୍କ ଭୟରେ ଓ ଭକ୍ତିରେ ଶାସନ କରେ।

Gade chapit la Kopi




2 ଶାମୁୟେଲ 23:3
27 Referans Kwoze  

ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର ? ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ ?


ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।


ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍‍ପତି ଓ ଦଶପତି ରୂପେ ନିଯୁକ୍ତ କର।


ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, "ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ ।''


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।


ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି ?”


ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।


ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।


ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।


ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।


“ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।


ଆହୁରି, ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତ ଥିବା ସମୟଠାରୁ, ଅର୍ଥାତ୍‍, ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏ ବର୍ଷଠାରୁ ବତିଶ ବର୍ଷ ପର୍ଯ୍ୟନ୍ତ ବାର ବର୍ଷ, ମୁଁ ଓ ମୋ’ ଭ୍ରାତୃଗଣ ଦେଶାଧ୍ୟକ୍ଷର ଖାଦ୍ୟ ଭୋଗ କଲୁ ନାହିଁ।


“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”


ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।


ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”


ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ ?


ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।


ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।


Swiv nou:

Piblisite


Piblisite