Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:4 - ଓଡିଆ ବାଇବେଲ

4 ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରୁ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବେ; ସେସମୟରେ ବୃଷ୍ଟି ଉତ୍ତାରୁ ନିର୍ମଳ କିରଣ ଦ୍ଵାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରେ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ।

Gade chapit la Kopi

ପବିତ୍ର ବାଇବଲ

4 ଏହି ଲୋକ ଉଦିତ ସୂର୍ଯ୍ୟରେ ଦୀପ୍ତି ତୁଲ୍ୟ ଉଜ୍ଜ୍ୱଳମାନ ହେବ। ସେ ଲୋକ ବାଦଲ ବିହୀନ ପ୍ରଭାତ ତୁଲ୍ୟ, ବୃଷ୍ଟି ହୋଇଯାଇଥିବା ଆକାଶ ତୁଲ୍ୟ, ଯେଉଁ ବୃଷ୍ଟି ସୂକ୍ଷ୍ମ ଘସାକୁ ବଢ଼ାଏ।’

Gade chapit la Kopi




2 ଶାମୁୟେଲ 23:4
17 Referans Kwoze  

ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।


କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।


ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖ ନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।


ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।


ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।


ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।


ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।


ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।


ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।


ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।


ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।


ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”


ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।


କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା।”


Swiv nou:

Piblisite


Piblisite