Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:5 - ଓଡିଆ ବାଇବେଲ

5 ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି ? ସେ ମୋ’ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି ? ସେ କି ମୋର ରକ୍ଷା କରିବେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସତ୍ୟ, ମୋହର ବଂଶ ପରମେଶ୍ଵରଙ୍କ ନିକଟରେ ସେପରି ନୁହେଁ; ତଥାପି ସେ ମୋʼ ସହିତ ସର୍ବବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରିଅଛନ୍ତି, ଏଣୁ ସେ ତାହା ବୃଦ୍ଧି ନ କଲେ ହେଁ ଏହା ହିଁ ଆମ୍ଭର ପରମ ପରିତ୍ରାଣ ଓ ପରମ ବାଞ୍ଛା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି? ସେ ମୋʼ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି? ସେ କି ମୋର ରକ୍ଷା କରିବେ ନାହିଁ?

Gade chapit la Kopi

ପବିତ୍ର ବାଇବଲ

5 “ପରମେଶ୍ୱର ମୋର ପରିବାରକୁ ଶକ୍ତିଶାଳୀ ଓ ସୁରକ୍ଷିତ କରିଛନ୍ତି ଏବଂ ଚିରଦିନ ପାଇଁ ମୋ’ ସହିତ ଏକ ନିୟମ କରିଛନ୍ତି। ଏହି ନିୟମଟି ସଦାପ୍ରଭୁଙ୍କ ଦ୍ୱାରା ସୁରକ୍ଷିତ। ସେ ମୋତେ ପ୍ରତ୍ୟେକ ଥର ବିଜୟ ଦେବେ ଓ ମୁଁ ଯାହା ଆଶା କରୁଅଛି ଦେବେ।

Gade chapit la Kopi




2 ଶାମୁୟେଲ 23:5
41 Referans Kwoze  

କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।


ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;


ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,


ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏବିଷୟରେ ସେ ଏହି ପ୍ରକାର କହିଅଛନ୍ତି, ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା ।


“ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍‍ଥାପନ କରିବା ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;


ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦା କାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା।


କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।


ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।”


ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।


ତୁମ୍ଭ ପରିତ୍ରାଣ ପାଇଁ ମୋ’ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।


“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।


କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।


ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।


ପୁଣି, ଯୁବାମାନଙ୍କ ପରାମର୍ଶନୁସାରେ ଲୋକମାନଙ୍କୁ କହିଲେ, “ମୋ’ ପିତା ତୁମ୍ଭମାନଙ୍କ ଉପରେ ଭାରୀ ଯୁଆଳି ଥୋଇଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କ ଯୁଆଳି ଆହୁରି ଭାରୀ କରିବି; ମୋ’ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”


ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ, ଆମ୍ଭ ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।


ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।


ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।


ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”


ତଥାପି ଅମ୍ନୋନ ତାହାର ରବ ଶୁଣିଲା ନାହିଁ; ମାତ୍ର ଆପେ ତାହା ଅପେକ୍ଷା ବଳବାନ ହେବାରୁ ତାହାକୁ ବଳାତ୍କାର କରି ତାହା ସଙ୍ଗେ ଶୟନ କଲା।


ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’


ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏ ପର୍ଯ୍ୟନ୍ତ ଆଣିଅଛ ?


ବିନୟ କରୁଅଛି, ଆପଣଙ୍କ ଦାସୀର ଅପରାଧ କ୍ଷମା କରନ୍ତୁ; ମୋର ପ୍ରଭୁ ସଦାପ୍ରଭୁଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି, ଏଥିପାଇଁ ସଦାପ୍ରଭୁ ମୋର ପ୍ରଭୁଙ୍କ ଗୃହ ନିଶ୍ଚୟ ସୁସ୍ଥିର କରିବେ ଓ ଯାବଜ୍ଜୀବନ ଆପଣଙ୍କଠାରେ ମନ୍ଦତା ଦେଖା ନ ଯିବ।


ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି, ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ।


ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”


ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।


ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।


ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ହେବ ନାହିଁ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ମଧ୍ୟ ଭଗ୍ନ କରାଯାଇ ପାରିବ।


ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।


Swiv nou:

Piblisite


Piblisite