Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 24:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ପୁନ୍ନରାୟ ଇସ୍ରାଏଲୀୟମାନଙ୍କ ଉପରେ କ୍ରୋଧାନ୍ୱିତ ହେଲେ। ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲୀୟମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରେଇଲେ। ତେଣୁ ଦାଉଦ ଆଦେଶ ଦେଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”

Gade chapit la Kopi




2 ଶାମୁୟେଲ 24:1
23 Referans Kwoze  

ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।


ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ ।


ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;


ଆଉ, ଭବିଷ୍ୟଦ୍‍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍‍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।


ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋ’ର କ’ଣ କରିବାର ଅଛି ? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦକୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି ? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ ?’”


ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।


ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର।


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା।


ତୁମ୍ଭେମାନେ ମୋ’ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।


ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।


ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ୱର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,


ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।


ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।


ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍‍ସମ୍‍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା।


ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।


ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଘଂନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।


ସେହି ସମୟରେ ଯିହୋରାମ୍‍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ।


ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀକ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା।


ମାତ୍ର ହିଜକୀୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।


Swiv nou:

Piblisite


Piblisite