Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:25 - ଓଡିଆ ବାଇବେଲ

25 ଆପଣ କ’ଣ ଜାଣନ୍ତି ନାହିଁ, ନେର୍‍ର ପୁତ୍ର ଅବ୍‍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହିସବୁ ଜାଣିବାକୁ ଆସିଥିଲା ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆପଣ ତ ନରର ପୁତ୍ର ଅବ୍ନରକୁ ଜାଣନ୍ତି, ସେ ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେସବୁ ଜାଣିବାକୁ ଆସିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆପଣ କʼଣ ଜାଣନ୍ତି ନାହିଁ, ନେର୍‍ର ପୁତ୍ର ଅବ୍‍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହି ସବୁ ଜାଣିବାକୁ ଆସିଥିଲା?”

Gade chapit la Kopi

ପବିତ୍ର ବାଇବଲ

25 ଆପଣ ଜାଣନ୍ତି ଅ‌‌ବ୍‌‌ନର‌ ହେଉଛି ନରର ପୁତ୍ର, ଆପଣ ଜାଣନ୍ତି ଯେ, ସେ ଆପଣଙ୍କ ପାଖକୁ ଛଳନା କରିବାକୁ ଆସିଥିଲା ଓ ଆପଣ କ’ଣ କରୁଥିଲେ ତାହା ଖୋଜିବାକୁ ସେ ଆସିଥିଲା।”

Gade chapit la Kopi




2 ଶାମୁୟେଲ 3:25
16 Referans Kwoze  

ମାତ୍ର ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ।


ତୁମ୍ଭେ ଗୃହକୁ ଆସିବା ବେଳେ ଧନ୍ୟ ଓ ଗୃହରୁ ବାହାରେ ଯିବା ବେଳେ ଧନ୍ୟ ହେବ।


ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହି ପ୍ରକାର କର୍ମ କରୁଥାଅ ।


ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କ'ଣ ଭ୍ରାନ୍ତ ହୋଇଅଛ?


ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି ।


ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।


ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।


ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି ? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ ?”


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସି ପାରିବ, ପୁଣି, ଯେ ସେମାନଙ୍କର ପଥ ପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”


ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକୁ ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚୋର ଅଟ।


ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।”


ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେ ସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”


ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ ? ଦେଖନ୍ତୁ, ଅବ୍‍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରି ଦେଲେ, ସେ ତ ଗଲାଣି ?


ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍‍ନରର ପଛରେ ବାର୍ତ୍ତାବହ ପଠାନ୍ତେ, ସେମାନେ ସିରା କୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ।


Swiv nou:

Piblisite


Piblisite