Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 5:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ କତିକି ଆସି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ଇସ୍ରାଏଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକୁ ଆସିଲେ। ସେମାନେ କହିଲେ, “ଆମ୍ଭେମାନେ ତୁମ୍ଭର ନିଜ ପରିବାର।

Gade chapit la Kopi




2 ଶାମୁୟେଲ 5:1
13 Referans Kwoze  

ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ ।


ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ ?’ ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”


ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।


ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରି ପାରନ୍ତି;


ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍‍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ତୁମ୍ଭମାନଙ୍କ ପକ୍ଷରେ କି ଭଲ ? ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ।


ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାହାକୁ ହିଁ ତୁମ୍ଭେ ଆପଣା ଉପରେ ରାଜା କରିବ; ତୁମ୍ଭେ ଆପଣା ଭ୍ରାତୃଗଣ ମଧ୍ୟରୁ ଜଣକୁ ଆପଣା ଉପରେ ରାଜା କରି ନିଯୁକ୍ତ କରିବ; ଯେ ତୁମ୍ଭର ଭ୍ରାତା ନୁହେଁ, ଏପରି ବିଦେଶୀୟ ବ୍ୟକ୍ତିକୁୁ ରାଜା କରି ପାରିବ ନାହିଁ।


ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍‍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;


ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ ?’


ତହିଁରେ ଇସ୍ରାଏଲ ଲୋକମାନେ ଯିହୁଦା- ଲୋକମାନଙ୍କୁ ଉତ୍ତର କରି କହିଲେ, “ରାଜାଙ୍କଠାରେ ଆମ୍ଭମାନଙ୍କର ଦଶ ଅଂଶ ଅଧିକାର ଅଛି, କାରଣ ଦଶ ଗୋଷ୍ଠୀର ସମ୍ପର୍କ ରାଜାଙ୍କ ସହିତ ଅଛି ଏବଂ ଦାଉଦଙ୍କଠାରେ ତୁମ୍ଭମାନଙ୍କ ଅପେକ୍ଷା ମଧ୍ୟ ଆମ୍ଭମାନଙ୍କ ଅଧିକାର ଅଧିକ; ତେବେ ଆମ୍ଭମାନଙ୍କ ରାଜାଙ୍କୁ ଫେରାଇ ଆଣିବା ପାଇଁ ଆମ୍ଭମାନଙ୍କ ପରାମର୍ଶ ପ୍ରଥମେ ନ ନେଇ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ତୁଚ୍ଛ କଲ ?” ତହୁଁ ଇସ୍ରାଏଲ-ଲୋକମାନଙ୍କ ବାକ୍ୟ ଅପେକ୍ଷା ଯିହୁଦା ଲୋକମାନଙ୍କ ବାକ୍ୟ ଅଧିକ କଠୋର ହେଲା।


ଏଉତ୍ତାରେ ସେମାନେ ଅସାହେଲକୁ ଉଠାଇ ନେଇ ବେଥଲିହିମସ୍ଥିତ ତାହାର ପିତାର କବରରେ କବର ଦେଲେ। ପୁଣି ଯୋୟାବ ଓ ତାହାର ଲୋକମାନେ ସାରାରାତ୍ରି ଯାତ୍ରା କଲେ ଓ ହିବ୍ରୋଣ ନିକଟରେ ସେମାନେ ସକାଳ ପହଞ୍ଚିଲେ।


ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ଜୟ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ।”


Swiv nou:

Piblisite


Piblisite