Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 6:14 - ଓଡିଆ ବାଇବେଲ

14 ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।

Gade chapit la Kopi

ପବିତ୍ର ବାଇବଲ

14 ଦାଉଦ ଏକ ଶୁକ୍ଳ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମୁଖରେ ତାଙ୍କର ସମସ୍ତ ସାମର୍ଥ୍ୟ ସହ ନାଚୁଥିଲେ।

Gade chapit la Kopi




2 ଶାମୁୟେଲ 6:14
20 Referans Kwoze  

ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।


ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍‍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।


ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।


ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।


ଏଥିଉତ୍ତାରେ ଯିପ୍ତହ ମିସ୍ପାରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା।


ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲାପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲାପରି କର ନାହିଁ;


ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;


ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ ? ଆହୁରି, ଆମ୍ଭେ କି ଇସ୍ରାଏଲ ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ ?


ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା । ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ଆଉ ଦାଉଦ, ସିନ୍ଦୁକବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।


ଏଣୁ ରାଜା ଦୋୟେଗ୍‍କୁ କହିଲେ, ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର। ତହିଁରେ ଇଦୋମୀୟ ଦୋୟେଗ୍‍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହିଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଶୀ ଜଣଙ୍କୁ ବଧ କଲା।


ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲି ଯାଅ।


ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।


ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ।


ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”


ଏହିରୂପେ ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ଜୟଧ୍ୱନି ଓ ତୂରୀଧ୍ୱନି କରି ସଦାପ୍ରଭୁଙ୍କ ସିନ୍ଦୁକ ଆଣିଲେ।


ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରି ଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ୍ଜ ରୂପେ ବିବସ୍ତ୍ର ହୁଏ !”


ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”


ପୁଣି, ଲୋକମାନେ ଯେତେବେଳେ ଭିତରକୁ ଯିବେ, ସେତେବେଳେ ଅଧିପତି ସେମାନଙ୍କ ମଧ୍ୟରେ ଥାଇ ଭିତରକୁ ଯିବେ ଓ ବାହାରି ଯିବା ବେଳେ ସେମାନେ ଏକତ୍ର ହୋଇ ବାହାରି ଯିବେ।


Swiv nou:

Piblisite


Piblisite