Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 7:21 - ଓଡିଆ ବାଇବେଲ

21 ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ଇଛାନୁସାରେ ଏହିସବୁ ମହାନ କାର୍ଯ୍ୟ କରି ଆପଣା ଦାସକୁ ଜଣାଇ ଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ହୃଦୟାନୁସାରେ ଆପଣା ଦାସକୁ ଜଣାଇବା ନିମନ୍ତେ ଏହିସବୁ ମହିମା ପ୍ରସ୍ତୁତ କରିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ଇଚ୍ଛାନୁସାରେ ଏହିସବୁ ମହାନ କାର୍ଯ୍ୟ କରି ଆପଣା ଦାସକୁ ଜଣାଇଅଛ।

Gade chapit la Kopi

ପବିତ୍ର ବାଇବଲ

21 ତୁମ୍ଭେ ତୁମ୍ଭର ସେବକ ପାଇଁ ଏହିସବୁ ମହାନ କାର୍ଯ୍ୟ କରିବ କାରଣ ତୁମ୍ଭେ ତାହା କରିବା ପାଇଁ ଇଚ୍ଛା ଓ ପ୍ରତିଜ୍ଞା କରିଅଛ। ଏବଂ ତୁମ୍ଭେ ଏହି ବିଷୟ ଜାଣିବା ନିମନ୍ତେ ମୋତେ ନିର୍ଦ୍ଧାରଣ କରିଅଛ।

Gade chapit la Kopi




2 ଶାମୁୟେଲ 7:21
16 Referans Kwoze  

ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।


ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;


ପୁର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,


ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା,


ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ ।


ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।


ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥି ନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା ।


ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।


ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା ।


ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।


ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?


ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର ।


ହେ ସଦାପ୍ରଭୁ ! ତୁମ୍ଭେ ଏହି ସକଳ ମହତ୍‍ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ୍‍ କର୍ମ ସାଧନ କରିଅଛ।


Swiv nou:

Piblisite


Piblisite