Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 8:14 - ଓଡିଆ ବାଇବେଲ

14 ପୁଣି ସେ ଇଦୋମ ଦେଶରେ ପ୍ରହରୀଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ସେ ଇଦୋମ ଦେଶରେ ପ୍ରହରୀଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ

14 ଦାଉଦ ଦୁର୍ଗ ରକ୍ଷକ ସେନାଙ୍କୁ ଇଦୋମରେ ମୁତୟନ କଲେ। ସେ ଇଦୋମ ସାରା ବହୁତ ଦୁର୍ଗ ରକ୍ଷକ ସେନାଙ୍କୁ ମୁତୟନ କଲେ। ସମସ୍ତ ଇଦୋମୀୟଗଣ ଦାଉଦଙ୍କର ଦାସ ହେଲେ। ଦାଉଦ ଯେଉଁଠିକି ଗଲେ ସଦାପ୍ରଭୁ ତାଙ୍କୁ ବିଜୟୀ କଲେ।

Gade chapit la Kopi




2 ଶାମୁୟେଲ 8:14
18 Referans Kwoze  

ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”


ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।


ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”


ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।


ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।


ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।


ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;


ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।


ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାନ ଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା।


ଯିହୋଶାଫଟ୍‍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍‍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।


ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।


ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।


ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।


Swiv nou:

Piblisite


Piblisite