Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 1:12 - ଓଡିଆ ବାଇବେଲ

12 ତାହାହେଲେ ଆମ୍ଭମାନଙ୍କ ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତାହାହେଲେ ଆମ୍ଭମାନଙ୍କ ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ଵିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ଵିତ ହେବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଏହିପରି ଭାବରେ ଆମ ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହରୁ, ତୁମେ ଆମ ପ୍ରଭୁ ଯୀଶୁଙ୍କ ନାମକୁ ଗୌରବାନ୍ୱିତ କରିପାରିବ ଓ ତୁମକୁ ମଧ୍ୟ ସେ ଗୌରବାନ୍ୱିତ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।

Gade chapit la Kopi

ପବିତ୍ର ବାଇବଲ

12 ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କ ମାଧ୍ୟମରେ ମହିମାନ୍ୱିତ ହେଉ। ଏହା ଆମ୍ଭେ ପ୍ରାର୍ଥନା କରୁ। ତୁମ୍ଭେମାନେ ମଧ୍ୟ ତାହାଙ୍କଠାରେ ମହିମାନ୍ୱିତ ହୋଇପାରିବ। ଆମ୍ଭ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାରୁ ସେହି ମହିମା ପ୍ରାପ୍ତ ହୁଏ।

Gade chapit la Kopi




୨ ଥେସଲନୀକୀୟ 1:12
21 Referans Kwoze  

ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ ।


ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍‍, ଈଶ୍ୱରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।


ଯାହା ଯାହା ମୋହର, ସେହି ସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହି ସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି ।


ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି । କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ୱରଙ୍କ ଶକ୍ତି ହେତୁ ସେ ଜୀବିତ । ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ୱରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା ।


ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ ।


ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ୱରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,


ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,


ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।


ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।


ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।


ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।


ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।


କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,


ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।


ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍‍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।


କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”


Swiv nou:

Piblisite


Piblisite