Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 2:13 - ଓଡିଆ ବାଇବେଲ

13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ଵରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ଵର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ଵାସ ଦ୍ଵାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମଫଳ ସ୍ଵରୂପେ ମନୋନୀତ କରିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ତେଣୁ ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଉଚିତ୍। କାରଣ ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଯୋଗୁଁ ଈଶ୍ୱର ତୁମକୁ ସର୍ବାଗ୍ରେ ମନୋନୀତ କରିଛନ୍ତି - ଯେପରି ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭେମାନେ ପରିତ୍ରାଣ ପାଇବ ଓ ଏକ ପବିତ୍ର ଗୋଷ୍ଠୀ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ବରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ବର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ

13 ଭାଇ ଓ ଭଉଣୀମାନେ! ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦେବା ଉଚିତ୍। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଥିବା ଯୋଗୁଁ ତୁମ୍ଭେମାନେ ଉଦ୍ଧାର ପାଇଛ।

Gade chapit la Kopi




୨ ଥେସଲନୀକୀୟ 2:13
42 Referans Kwoze  

ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାଁନ୍ତି, ମାତ୍ର ତାହାଙ୍କ ନିଜ ଯୋଜନା ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,


କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି ।


କାରଣ ହେ ଈଶ୍ୱରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


ଯେତେବେଳେ ସନ୍ତାନମାନେ ଜନ୍ମ ହୋଇ ନ ଥିଲେ, ଆଉ ଭଲ କିମ୍ବା ମନ୍ଦ କିଛି କରି ନ ଥିଲେ, ସେତେବେଳେ କର୍ମ ହେତୁ ନୁହେଁ, ମାତ୍ର ଆହ୍ୱାନକାରୀଙ୍କ ଇଚ୍ଛା ହେତୁ ନିର୍ବାଚନାନୁସାରେ ଈଶ୍ୱରଙ୍କ ସଂକଳ୍ପ ଯେପରି ସ୍ଥିର ରହେ,


ଅଣଯିହୂଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ୱରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,


ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟନ୍ତ ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ।


ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।”


ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”


ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ


ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହୁଅନ୍ତି ।


କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ୱରଙ୍କ ଦାନ,


ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।


ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।”


ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ ।


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ ।


ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।


ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ପ୍ରଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି ।


ପୁଣି, ସେ ମୋତେ କହିଲେ, ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।


ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।


ପୁଣି ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ।


ଆହୁରି, "ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ''


ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ ।


ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ୱରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର ।


କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି ।


ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ ? ଈଶ୍ୱର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି ।


କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ ।


ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ୱରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ ।


ସାଧୁତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି ।


ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ !” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।”


ଅତଏବ, ଈଶ୍ୱରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁୁତା ପରିଧାନ କର।


ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।


କାରଣ ଈଶ୍ୱରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ ।


ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ୱରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇ ପାର ।


କାରଣ ଈଶ୍ୱର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି ।


Swiv nou:

Piblisite


Piblisite