Biblia Todo Logo
Bib sou entènèt

- Piblisite -




୨ ତୀମଥି 1:14 - ଓଡିଆ ବାଇବେଲ

14 ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ଵାରା ସୁରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯେଉଁ ମହତ୍ ବିଷୟର ଦାୟିତ୍ୱ ତୁମ ଉପରେ ନ୍ୟସ୍ତ ହୋଇଛି, ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଶକ୍ତିରେ ସେ ସବୁକୁ ଅକ୍ଷୁର୍ଣ୍ଣ ରଖ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର,

Gade chapit la Kopi

ପବିତ୍ର ବାଇବଲ

14 ତୁମ୍ଭକୁ ଯେଉଁ ସତ୍ୟ ପ୍ରଦାନ କରାଯାଇଛି, ତାହାକୁ ରକ୍ଷା କର। ପବିତ୍ରଆତ୍ମାର ସାହାଯ୍ୟରେ ସେଗୁଡ଼ିକୁ ରକ୍ଷା କର। ସେହି ପବିତ୍ରଆତ୍ମା ଆମ୍ଭ ଭିତରେ ରହନ୍ତି।

Gade chapit la Kopi




୨ ତୀମଥି 1:14
21 Referans Kwoze  

ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ । ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ ।


କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ ।


ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;


ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି |


ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;


କିନ୍ତୁ ଈଶ୍ୱରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ । ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ ।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ଆତ୍ମାଙ୍କୁ ନିର୍ବାଣ ନ କର;


ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହି ସବୁ ଅର୍ପଣ କର ।


ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ୱରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ ।


ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,


ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ ।


କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋ'ଠାରେ ସମର୍ପିତ ହୋଇଅଛି ।


ଆଉ, ଯୂସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ସୁନ୍ନତିମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ ଏମାନେ ମୋହର ସାନ୍ତ୍ୱନାର କାରଣ ହୋଇଅଛନ୍ତି ।


ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,


ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ ।


ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;


ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ ।


ସର୍ବପ୍ରଥମେ, ଈଶ୍ୱରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା ।


ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ ?


Swiv nou:

Piblisite


Piblisite