Biblia Todo Logo
Bib sou entènèt

- Piblisite -




୨ ତୀମଥି 1:4 - ଓଡିଆ ବାଇବେଲ

4 ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥି- ନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକା; ଇଚ୍ଛା କରୁଅଛି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ତୁମର ଅଶ୍ରୁଧାରା ମୋର ମନେ ଅଛି ଏବଂ ତୁମକୁ ଦେଖି ସୁଖୀ ହେବା ପାଇଁ ମୁଁ ଉକ୍ରଣ୍ଠିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭେ ମୋ’ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ୱାସ ମୁଁ ମନେପକାଏ।

Gade chapit la Kopi




୨ ତୀମଥି 1:4
19 Referans Kwoze  

ଶୀଘ୍ର ମୋ ନିକଟକୁ ଆସିବାକୁ ଚେଷ୍ଟା କର;


ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର । ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି ।


କିନ୍ତୁ, ହେ ଭାଇମାନେ, ଆମ୍ଭେମାନେ ହୃଦୟରେ ନୁହେଁ, ମାତ୍ର ଶରୀରରେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କଠାରୁ ବିଚ୍ଛିନ୍ନ ହୋଇଥିବାରୁ ତୁମ୍ଭମାନଙ୍କ ମୁଖ ଦେଖିବାକୁ ଅତ୍ୟନ୍ତ ଆକାଂକ୍ଷା ସହକାରେ ଅଧିକ ଚେଷ୍ଟା କରିଥିଲୁ ।


କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ୱର ମୋହର ସାକ୍ଷୀ ।


ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।


କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ ।


ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ସବୁ ଲେଖୁଅଛୁ ।


କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ;


ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇ ପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି,


ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ ।


ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୂଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହି ସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,


ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋ' ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ ।


ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ ।


ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।


Swiv nou:

Piblisite


Piblisite