Biblia Todo Logo
Bib sou entènèt

- Piblisite -




୨ ତୀମଥି 2:10 - ଓଡିଆ ବାଇବେଲ

10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୖେର୍ଯ୍ୟ ଧରି ସହ୍ୟ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନ; ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପ୍ରାପ୍ତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଈଶ୍ୱରଙ୍କ ମନୋନୀତ ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରୁ ପ୍ରାପ୍ତ ପରିତ୍ରାଣ ଓ ଶାଶ୍ୱତ ଗୌରବ ଲାଭ କରନ୍ତୁ, ଏହି ଉଦ୍ଦେଶ୍ୟରେ ମୁଁ ସମସ୍ତ ନିର୍ଯ୍ୟାତନା ସହ୍ୟ କରୁଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।

Gade chapit la Kopi

ପବିତ୍ର ବାଇବଲ

10 ଅତଏବ ମୁଁ ଧୈର୍ଯ୍ୟପୂର୍ବକ ଉକ୍ତ କଷ୍ଟଗୁଡ଼ିକୁ ସହି ନେଉଛି। ପରମେଶ୍ୱର ଯେତେ ଲୋକଙ୍କୁ ବାଛିଛନ୍ତି, ସେମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ ଏପରି କରୁଛି। ମୁଁ ଏଗୁଡ଼ିକ ସହି ନେବାର କାରଣ ଯେ, ସେହି ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ପରିତ୍ରାଣ ପାଇ ପାରିବେ। ସେହି ପରିତ୍ରାଣ ଗୋଟିଏ ଅସୀମ ମହିମା ସହିତ ଆସେ।

Gade chapit la Kopi




୨ ତୀମଥି 2:10
29 Referans Kwoze  

ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ ।


ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋ ସହିତ କ୍ଲେଶ ସହ୍ୟ କର ।


କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି ।


କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;


ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ୱରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ ।


କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି ।


ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ ।


ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ୱରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ ।


ଯେପରି ମୁଁ ଦୁର୍ବଳ ମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରି ପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି ।


ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କ'ଣ କହିବ ?


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା ।


ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;


ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ୱରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ ।


ଆଉ, ସେ ମହାତୂରୀଧ୍ୱନି ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ ।


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ ।


ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ ।


ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ।


ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି ।


ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ?


କାରଣ ଈଶ୍ୱରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ ।


ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି । ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲିି କ'ଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି ?


ପାଉଲ,ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,


ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,


ପାଉଲ, ଈଶ୍ୱରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ,


କିନ୍ତୁ ସେ ଅସ୍ୱୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ ।


Swiv nou:

Piblisite


Piblisite