Biblia Todo Logo
Bib sou entènèt

- Piblisite -




୨ ତୀମଥି 2:5 - ଓଡିଆ ବାଇବେଲ

5 ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆହୁରି ମଧ୍ୟ ଯଦି ଜଣେ ଲୋକ କ୍ରୀଡ଼ାରେ ପ୍ରତିଦ୍ଵନ୍ଦିତା କରେ, ସେ ନିୟମାନୁସାରେ ତାହା ନ କଲେ ମୁକୁଟ ପ୍ରାପ୍ତ ହୁଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଦୌଡ଼ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା ଖେଳୁଆଡ଼ ପ୍ରତିଯୋଗିତାର ନିୟମାବଳୀ ପାଳନ ନ କଲେ, ସେଥିରେ ସେ କୃତକାର୍ଯ୍ୟ ହୋଇ ପୁରସ୍କାର ଲାଭ କରିପାରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ଜଣେ ଖେଳାଳୀ ପୁରସ୍କାର ଜିଣିବା ପାଇଁ ଦୌଡ଼ର ସମସ୍ତ ନିୟମ ପାଳନ କରିବା ଦରକାର।

Gade chapit la Kopi




୨ ତୀମଥି 2:5
14 Referans Kwoze  

ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥି ନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ ।


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ ।


ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋ'ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି ।


ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,


ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ ।


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ ।


କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ୱରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।


ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,


କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;


ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ ।


ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,


ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ ।


Swiv nou:

Piblisite


Piblisite