Biblia Todo Logo
Bib sou entènèt

- Piblisite -




୨ ତୀମଥି 3:16 - ଓଡିଆ ବାଇବେଲ

16 ସମସ୍ତ ଶାସ୍ତ୍ର ଈଶ୍ୱରଙ୍କ ପ୍ରେରଣାରେ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସମସ୍ତ ଶାସ୍ତ୍ର ଈଶ୍ଵର ନିଶ୍ଵସିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ଵନ୍ଧୀୟ ଶାସନ ନିମନ୍ତେ ଉପକାରୀ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଧର୍ମଶାସ୍ତ୍ର ଈଶ୍ୱରଙ୍କ ଦିବ୍ୟ ପ୍ରେରଣାରେ ପ୍ରଣୀତ- ସତ୍ୟର ଅବତାରଣା ଓ ମିଥ୍ୟାର ପ୍ରତିରୋଧ କରି ଓ ଭ୍ରମ ସଂଶୋଧନ କରିବା ପାଇଁ ପରାମର୍ଶ ଦେଇ, ସତ୍ଜୀବନ ଯାପନ କରିବାକୁ ଧର୍ମଶାସ୍ତ୍ର ସାହାଯ୍ୟ କରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,

Gade chapit la Kopi

ପବିତ୍ର ବାଇବଲ

16 ସବୁ ଶାସ୍ତ୍ର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଛି। ଏବଂ ତୃଟି ପ୍ରକାଶ କରିବା ପାଇଁ, ଭୁଲ୍ ସଂଶୋଧନ କରିବା ପାଇଁ, ଠିକ୍ ଭାବରେ ଜୀବନ ଧାରଣ କରିବାକୁ ଶିଖାଇବା ପାଇଁ ଏହା ଉପଯୋଗୀ ଅଟେ।

Gade chapit la Kopi




୨ ତୀମଥି 3:16
43 Referans Kwoze  

ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥି ନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହି ସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି ।


କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ ।


ଯୀଶୁ ସେମାନଙ୍କୁ କହିଲେ, ଧର୍ମଶାସ୍ତ୍ର ପୁଣି, ଈଶ୍ୱରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ ?


ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।


ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର ।


ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।


ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।


“ମୋ’ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋ’ ଜିହ୍ୱାରେ ଥିଲା।


ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ।


ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ,


ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।


କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ


କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ ।


ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ ।


ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବେଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;


ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂଶୋଧକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ୱାସ କରୁଅଛ,


ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।


ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, "ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ''।


ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, "ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ''


କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ ।


ମୁଁ ଈଶ୍ୱରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି ।


ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।


ଯେଉଁମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ୱରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇ ପାରେ ନାହିଁ),


ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି। ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ ।


ମୋର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;


ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ ?


ତାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ,


ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ ।


ସର୍ବପ୍ରଥମେ, ଈଶ୍ୱରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା ।


ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥରୂପେ କହିଥିଲେ,


ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।


ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି ? ଏହିସବୁ କି ତାହାଙ୍କର କର୍ମ ? ଏହା କୁହାଯିବ ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ ?


ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ ?


ଯୀଶୁ ସେମାନଙ୍କୁ କହିଲେ, ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ପ୍ରଭୁ ବୋଲି କହନ୍ତି ?


ଗୁପ୍ତ ବିଷୟ ସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟ ସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।


ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ।


Swiv nou:

Piblisite


Piblisite