Biblia Todo Logo
Bib sou entènèt

- Piblisite -




୨ ତୀମଥି 4:10 - ଓଡିଆ ବାଇବେଲ

10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି; କ୍ରେସ୍କେନ୍ସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଦୀମା ସାଂସାରିକ ମୋହମାୟାରେ ପଡ଼ି ମୋତେ ପରିତ୍ୟାଗ କରିଛି। ସେ ବର୍ତ୍ତମାନ ଥେସଲନିକାରେ। କ୍ରେସ୍କେନ୍ସ ଗାଲାତିଆକୁ ଓ ତୀତସ ଡଲମାତିଆକୁ ଚାଲିଯାଇଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମୋତେ ଛାଡ଼ି ଗ୍ଭଲିଗଲେ। ସେ ଥେସଲନୀକୀକୁ ଯାଇଛନ୍ତି। କ୍ରେସ୍‌କେ‌ନ୍‌ସ୍ ଗାଲାତୀଆକୁ, ତୀତସ୍ ଦଲ୍ମତିଆକୁ ଯାଇଛନ୍ତି।

Gade chapit la Kopi




୨ ତୀମଥି 4:10
32 Referans Kwoze  

ଆସିଆର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ ।


ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି ।


ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,


ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ ।


ଯେଣୁ ସମସ୍ତେ ଯୀଶୁଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି ।


ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ୱର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,


ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।


ପରେ ସେମାନେ ଆଂଫିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନୀକୀକୁ ଆସିଲେ; ସେଠାରେ ଯିହୂଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା ।


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


ପିତା ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ ।


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,


କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି ।


ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ଡଳୀଗୁଡିକୁ;


କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍‍ଯୋଗ ଜନ୍ମାଇଅଛନ୍ତି;


ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥି ନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ ।


ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟସମସ୍ତଙ୍କୁ ସୁସ୍ଥିର କରୁଥିଲେ ।


କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୂଦୀମାନେ ଜାଣିଲେ ଯେ, ଈଶ୍ୱରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ ।


କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲି ଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାହାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ ମନେ କଲେ ନାହିଁ ।


ପରେ ପାଉଲ ଓ ତାଙ୍କ ସଙ୍ଗୀମାନେ ପାଫରୁ ଜଳଯାତ୍ରା କରି ପଂଫୂଲିଆର ପର୍ଗୀକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲାମକୁ ବାହୁଡ଼ିଗଲେ ।


ଲୋଟଙ୍କ ସ୍ତ୍ରୀଙ୍କର କଥା ମନେ ପକାଅ ।


କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରି ପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାରିବ ନାହିଁ ।


ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।


ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି। ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ ।


ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ ।


ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ବନ୍ଧରେ ପଚାରେ, ସେମାନେ ମଣ୍ଡଳୀସମୂହ ଦ୍ୱାରା ପ୍ରେରିତ, ପୁଣି, ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ ।


Swiv nou:

Piblisite


Piblisite