Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:14 - ଓଡିଆ ବାଇବେଲ

14 ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକଚିତ୍ତରେ ପ୍ରାର୍ଥନାରେ ନିବିଷ୍ଟ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେମାନେ ଅଧିକାଂଶ ସମୟରେ ଗୋଟିଏ ଦଳ ରୂପେ ପ୍ରାର୍ଥନା କରିବା ପାଇଁ ଏକତ୍ରିତ ହେଉଥିଲେ ଓ ସେମାନଙ୍କ ସହିତ ଯୀଶୁଙ୍କ ମାତା ମରିୟମ ଓ ଅନ୍ୟାନ୍ୟ ସ୍ତ୍ରୀ ଲୋକମାନେ ଏବଂ ଯୀଶୁଙ୍କ ଭାଇମାନେ ମଧ୍ୟ ଯୋଗ ଦେଉଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।

Gade chapit la Kopi

ପବିତ୍ର ବାଇବଲ

14 ପ୍ରେରିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ୟରେ ଏକମନ ହୋଇ ନିରନ୍ତର ପ୍ରାର୍ଥନା କରୁଥିଲେ। ସେମାନଙ୍କ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ୟ ଥିଲେ।

Gade chapit la Kopi




ପ୍ରେରିତ 1:14
27 Referans Kwoze  

ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର ।


କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା ।


ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;


ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ ।


ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;


କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,


ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହି ସବୁ ପାଇବ ।


ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ ।


ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !


ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ୱରଙ୍କ ପ୍ରଶଂସା କରୁଥିଲେ ।


ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ୱରଙ୍କ ସ୍ତବ କରିବାକୁ ଲାଗିଲେ ।


ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।


ଏମାନେ ମଗ୍‌ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମାତା ମରିୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହି ସବୁ ବିଷୟ ଜଣାଇଲେ ।


ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,


କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହି ସବୁ ଦେଖୁଥିଲେ ।


ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍‌ଦଲୀନୀ ମରିୟମ, ଯାକୁବଙ୍କ ମାତା ମରିୟମ ଓ ଶଲୋମୀ ସୁଗନ୍ଧିତ ଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି ।


କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରିୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରିୟମ, ପୁଣି, ଶଲୋମୀ ଥିଲେ;


ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;


ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;


ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମା' ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି ।


ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରି ପାରେ, ଏଥି ନିମନ୍ତେ ପ୍ରାର୍ଥନା କରୁ ।


Swiv nou:

Piblisite


Piblisite