Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:17 - ଓଡିଆ ବାଇବେଲ

17 କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଅବଶ୍ୟ ଯିହୁଦା ଆମ ଦଳରେ ଥିଲା ଓ ଆମ୍ଭମାନଙ୍କର ଜଣେ ସହକର୍ମୀ ହେବା ପାଇଁ ମନୋନୀତ ହୋଇଥିଲା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ

17 ଯିହୂଦା ଆମ୍ଭ ଦଳରେ ଥିଲା ଓ ଆମ୍ଭ ସହିତ ଏକତ୍ର ସେବା କାର୍ଯ୍ୟ କରିଥିଲା, ପବିତ୍ରଆତ୍ମା କହିଥିଲେ ଯେ ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଯିବେ ଯିହୂଦା ସେମାନଙ୍କର ନେତା ହେବ।”

Gade chapit la Kopi




ପ୍ରେରିତ 1:17
13 Referans Kwoze  

ସେହି ପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ ।"


ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ୱର ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହି ସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।


କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ୱରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି ।


ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ନାମରେ ରକ୍ଷା କରି ଅାସିଅଛି (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥି ନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ ।


ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।


କିନ୍ତୁ ସମସ୍ତ ବିଷୟ ଈଶ୍ୱରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;


ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,


ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମରୁ ବାହୁଡ଼ିଗଲେ ।


ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା


ଯାକୁବଙ୍କ ପୁତ୍ର ଯିହୂଦା ଓ ଈଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।


କିଣାନୀୟ ଶିମୋନ ଓ ଈଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।


Swiv nou:

Piblisite


Piblisite