Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:10 - ଓଡିଆ ବାଇବେଲ

10 ଆଉ ସେ କ୍ଷୁଧିତ ହୋଇ ଖାଇବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ଦେଖିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ ସେ କ୍ଷୁଧିତ ହୋଇ ଭୋଜନ କରିବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ପାଇ ଦେଖିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେ କ୍ଷୁଧିତ ହୋଇ କିଛି ଖାଇବାକୁ ଚାହିଁଲେ ଓ ଖାଦ୍ୟ ପ୍ରସ୍ତୁତ ହେବା ସମୟରେ ସେ ଗୋଟିଏ ଦର୍ଶନ ପାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ସେ କ୍ଷୁଧିତ ହୋଇ ଖାଇବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ଦେଖିଲେ,

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ପିତରଙ୍କୁ ବହୁତ ଭୋକ ଲାଗିବାରୁ ସେ ଖାଇବା ପାଇଁ ଇଚ୍ଛା କରୁଥିଲେ। ସେମାନେ ପିତରଙ୍କ ନିମନ୍ତେ ଖାଦ୍ୟ ତିଆରି କରୁଥିବା ସମୟରେ ସେ ଗୋଟିଏ ସ୍ୱପ୍ନ ଦେଖିଲେ।

Gade chapit la Kopi




ପ୍ରେରିତ 10:10
13 Referans Kwoze  

ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି ।


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାଙ୍କ ଦ୍ୱାରା ସମ୍ପୂର୍ଣ୍ଣ ଭାବରେ ଚାଳିତ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,


ସକାଳେ ସେ ନଗରକୁ ଫେରିବା ସମୟରେ କ୍ଷୁଧିତ ହେଲେ,


ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ ।


ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।


ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଦର୍ଶନରେ କଲ୍‍ଦୀୟ ଦେଶକୁ ନିର୍ବାସିତ ଲୋକମାନଙ୍କ ନିକଟକୁ ଆଣିଲେ। ତହୁଁ ମୁଁ ଯେଉଁ ଦର୍ଶନ ପାଇଥିଲି, ତାହା ମୋ’ ନିକଟରୁ ଊର୍ଦ୍ଧ୍ୱଗମନ କଲା।


ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;


ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।


ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,


Swiv nou:

Piblisite


Piblisite