Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:12 - ଓଡିଆ ବାଇବେଲ

12 ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ । ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ। ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋʼ ସାଙ୍ଗରେ ଗଲେ, ପୁଣି ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ବିନା ଦ୍ୱିଧାରେ ସେମାନଙ୍କ ସହିତ ଯିବା ପାଇଁ ପବିତ୍ରଆତ୍ମା ମୋତେ ନିର୍ଦ୍ଦେଶ ଦେଲେ। ଯୋପ୍ପାରେ ଏହି ଛଅ ଜଣ ବିଶ୍ୱାସୀ ଭାଇ ମୋ’ ସହିତ ସିସେରିଆକୁ ଗଲେ ଓ ଆମେ ସମସ୍ତେ କର୍ଣ୍ଣୀଲିୟଙ୍କ ଘରେ ପହଞ୍ଚିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ। ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ।

Gade chapit la Kopi

ପବିତ୍ର ବାଇବଲ

12 ମୋତେ ସେମାନଙ୍କ ସହିତ ବିନା ସଙ୍କୋଚରେ ଯିବା ପାଇଁ ପବିତ୍ରଆତ୍ମା ନିର୍ଦ୍ଦେଶ ଦେଲେ। ମୋ’ ସାଙ୍ଗରେ ଏଠାରେ ଥିବା ଏହି ଛଅଜଣ ବିଶ୍ୱାସୀ ଭାଇ ମଧ୍ୟ ଆସିଥିଲେ। ଆମ୍ଭେମାନେ କର୍ଣ୍ଣୀଲିୟଙ୍କ ଘରକୁ ଗଲୁ।

Gade chapit la Kopi




ପ୍ରେରିତ 11:12
17 Referans Kwoze  

ସେତେବେଳେ ଆତ୍ମା ଫିଲିପ୍ପଙ୍କ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର ।


ଅର୍ଥାତ୍‍, ଈଶ୍ୱରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତିବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,


ପ୍ରଭୁଙ୍କ ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ;


ସେଥିରେ ସେ ସେମାନଙ୍କୁ ଭିତରକୁ ଡାକି ନେଇ ସେମାନଙ୍କର ଆତିଥ୍ୟ କଲେ । ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି, ଯାଫୋନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କ ସାଙ୍ଗରେ ଗଲେ ।


ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ପ୍ରଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି ।


ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୂଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;


କିନ୍ତୁ ସେ, ଅର୍ଥାତ୍‍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହି ସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ ।


କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, "ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରିୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି ।


ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ । ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ ।


ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୂଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ୱର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ ।


ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ ।


ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର ।


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;


ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ 'ଓ 'ତିନି ସରେଇଘର 'ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଈଶ୍ୱରଙ୍କ ଧନ୍ୟବାଦ କରି ସାହାସ ପାଇଲେ ।


Swiv nou:

Piblisite


Piblisite