Biblia Todo Logo
Bib sou entènèt

- Piblisite -




ପ୍ରେରିତ 12:1 - ଓଡିଆ ବାଇବେଲ

1 ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ତଳୀର କେତେକ ଜଣକୁ ଉପଦ୍ରବ କରିବା ନିମନ୍ତେ ହସ୍ତକ୍ଷେପ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଏହି ସମୟରେ ରାଜା ହେରୋଦ ମଣ୍ଡଳୀର କେତେକ ସଭ୍ୟଙ୍କ ପ୍ରତି ଉପଦ୍ରବ ଆରମ୍ଭ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ।

Gade chapit la Kopi

ପବିତ୍ର ବାଇବଲ

1 ରାଜା ହେରୋଦ ସେ ସମୟରେ ମଣ୍ଡଳୀରେ କେତେକ ଲୋକଙ୍କ ଉପରେ ଅତ୍ୟାଗ୍ଭର କରିବା ଆରମ୍ଭ କରିଦେଲେ।

Gade chapit la Kopi




ପ୍ରେରିତ 12:1
13 Referans Kwoze  

ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।


ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର । ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ ।


ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ ।


ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ ।


ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର ।


ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ ।


କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।


ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,


ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ ।


କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା ।


ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ ।


ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ଼୍ଗରେ ବଧ କଲେ ।


Swiv nou:

Piblisite


Piblisite