Biblia Todo Logo
Bib sou entènèt

- Piblisite -




ପ୍ରେରିତ 12:7 - ଓଡିଆ ବାଇବେଲ

7 ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ । ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାଙ୍କୁ ଜଗାଇ କହିଲେ, ଶୀଘ୍ର ଉଠ। ସେଥିରେ ତାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ହଠାତ୍ ପ୍ରଭୁଙ୍କର ଜଣେ ଦୂତ ଆସି ଠିଆ ହେଲେ ଓ କୋଠରୀଟି ଆଲୋକରେ ଉଦ୍ଭାସିତ ହେଲା। ସ୍ୱର୍ଗଦୂତ ପିତରଙ୍କ କାନ୍ଧକୁ ହଲାଇ ତାଙ୍କୁ ନିଦରୁ ଉଠାଇ କହିଲେ, “ଶୀଘ୍ର ଉଠ!” ସଙ୍ଗେ ସଙ୍ଗେ ପିତରଙ୍କ ହାତରେ ବନ୍ଧା ଯାଇଥିବା ଜଞ୍ଜିର ଖସି ପଡ଼ିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ

7 ହଠାତ୍ ପ୍ରଭୁଙ୍କର ଜଣେ ଦୂତ ଆସି ସେଠାରେ ଉଭା ହେଲେ। କୋଠରିଟି ଉଜ୍ଜ୍ୱଳ ଆଲୋକରେ ଆଲୋକିତ ହୋଇଗଲା। ସେ ପିତରଙ୍କୁ ହଲେଇ ଦେଇ କହିଲେ, “ଶୀଘ୍ର ଉଠ।” ସେହି ସମୟରେ ତାହାଙ୍କ ହାତରୁ ସବୁ ଶିକୁଳି ଖସିପଡ଼ିଲା।

Gade chapit la Kopi




ପ୍ରେରିତ 12:7
37 Referans Kwoze  

କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,


ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍‌କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା ।


ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।


ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।


ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।


କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,


ଏଣୁ ଉକ୍ତ ଅଛି, ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।


କିନ୍ତୁ ଈଶ୍ୱର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ ।


ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;


ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ ।


ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋ’ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।


ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।


ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।”


ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ ।


ପରେ ସେ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକିଉଠିଲା ।


ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ।


ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।


ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।


ହେ ସଦାପ୍ରଭୁ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।


ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”


ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା ।


ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ?


ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଶିକୁଳିରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ ।


ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ।


ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।


ହେ ସଦାପ୍ରଭୁ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ।


ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି।


ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆ ଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।


ନବୂଖଦ୍‍ନିତ୍ସର କହିଲା, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।


ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, "ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ ।"


ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ । ସେ ସେପରି କଲେ । ଆଉ ସେ ତାହାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ ।


Swiv nou:

Piblisite


Piblisite