Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:2 - ଓଡିଆ ବାଇବେଲ

2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ଵାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବାବେଳେ, ପବିତ୍ରଆତ୍ମା ସେମାନଙ୍କୁ କହିଲେ, “ମୁଁ ଯେଉଁ କାର୍ଯ୍ୟ ପାଇଁ ବର୍ଣ୍ଣବା ଓ ଶାଉଲଙ୍କୁ ଆହ୍ୱାନ କରିଛି, ସେଥିପାଇଁ ସେମାନଙ୍କୁ ମୋ’ ନିମନ୍ତେ ପୃଥକ୍ କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।

Gade chapit la Kopi

ପବିତ୍ର ବାଇବଲ

2 ସେମାନେ ପ୍ରଭୁଙ୍କର ସେବା ଓ ଉପବାସ କରୁଥିବା ସମୟରେ ପବିତ୍ରଆତ୍ମା ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ପାଇଁ ବର୍ଣ୍ଣ‌ବ୍‌‌ବା ଓ ଶାଉଲଙ୍କୁ ସ୍ୱତନ୍ତ୍ର ଭାବେ ପୃଥକ କର, କାରଣ ମୁଁ ସେମାନଙ୍କୁ ଗୋଟିଏ ବିଶେଷ କାର୍ଯ୍ୟ କରିବା ପାଇଁ ଆହ୍ୱାନ କରିଅଛି।”

Gade chapit la Kopi




ପ୍ରେରିତ 13:2
41 Referans Kwoze  

କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି


କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି ।


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ ।


ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ ।


ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ ।


ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।


ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ ।


ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ ।


ଏଉତ୍ତାରେ ଇଲ୍‍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା।


ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହି ସବୁ ଅର୍ପଣ କର ।


ଈଶ୍ୱରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।


ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ ।


କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,


ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି ।


ସେତେବେଳେ ଆତ୍ମା ଫିଲିପ୍ପଙ୍କ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର ।


ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର ।


ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।


ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବା କର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।


ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ୱରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ ।


କେବଳ ଲୂକ ମୋ ସହିତ ଅଛନ୍ତି ।ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ ।


କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର |


ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ , ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ ।


ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,


ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍‍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ ।


କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ୱରଙ୍କ ସୁସମାଚାରର ଯାଜକତ୍ତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି ।


ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ ।


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ ।


କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା ।


ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।


ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ ।


ପୁଣି, ଯୋଷେଫ, ଯେ ଲେବୀ ବଂଶଜାତ ଜଣେ ସାଇପ୍ରସ୍ ଜାତିର ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅନୁବାଦ କଲେ ଏହାର ଅର୍ଥ ସାନ୍ତ୍ୱନାର ପୁତ୍ର),


ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ ।


[କିନ୍ତୁ ପ୍ରାର୍ଥନା ଓ ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରିଯାଏ ନାହିଁ ।]


Swiv nou:

Piblisite


Piblisite