Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:41 - ଓଡିଆ ବାଇବେଲ

41 "ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ"।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 “ହେ ଅବଜ୍ଞାକାରୀମାନେ ତୁମ୍ଭେମାନେ ଦେଖି, ପୁଣି ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ଵାସ କରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ‘ହେ ବିଦ୍ରୂପକାରୀମାନେ! ତୁମ୍ଭେମାନେ ହତବୁଦ୍ଧି ହୋଇ ମର; କାରଣ ମୁଁ ଆଜି ଯେଉଁ କାର୍ଯ୍ୟ କରୁଛି, କେହି ତାହା ବୁଝାଇ କହିଲେ ସୁଦ୍ଧା ତୁମ୍ଭେମାନେ ବିଶ୍ୱାସ କରିବ ନାହିଁ’।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 “‘ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ

41 ‘ଦେଖ, ଅବଜ୍ଞାକାରୀ ଲୋକମାନେ, ତୁମ୍ଭେମାନେ ଆଶ୍ଚର୍ଯ୍ୟ ହୋଇପାର ଓ ତା'ପରେ ମରିବାକୁ ଯାଇଥାଅ, କାରଣ ମୁଁ ତୁମ୍ଭମାନଙ୍କ ସମୟରେ, ଏପରି ଗୋଟିଏ କାର୍ଯ୍ୟ କରିବି ଯାହା ତୁମ୍ଭମାନଙ୍କୁ କେହି କହିଲେ ସୁଦ୍ଧା, ତୁମ୍ଭେମାନେ ବିଶ୍ୱାସ କରିବ ନାହିଁ।’”

Gade chapit la Kopi




ପ୍ରେରିତ 13:41
26 Referans Kwoze  

ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହା ଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।


କାରଣ ଈଶ୍ୱରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !


ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !


କାରଣ ଅଣଯିହୂଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି ।


କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, "ଆମ୍ଭେ ତୁମ୍ଭକୁ ଅଣଯିହୂଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ" ।


ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ ।


ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ ।


ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;


ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍‍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।


କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ।


କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହି ସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ ।


ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ । ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ୱରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ ।


ତଥାପି ତୁମ୍ଭେ ସେହି ଦୁଷ୍ଟକୁ ତାହାର ପଥରୁ ଫେରିବା ନିମନ୍ତେ ତଦ୍‍ବିଷୟରେ ସଚେତନ କଲେ, ଯଦି ସେ ନ ଫେରେ, ତେବେ ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ବଞ୍ଚାଇବ।


Swiv nou:

Piblisite


Piblisite