Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:8 - ଓଡିଆ ବାଇବେଲ

8 କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ, ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ଵାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ ଗୁଣିଆ ଏଲୀମାସ (ଏହା ତାହାର ଗ୍ରୀକ୍ ନାମ) ସେମାନଙ୍କୁ ବାଧା ଦେଲା, କାରଣ ସେ ଶାସନକର୍ତ୍ତାଙ୍କୁ ଖ୍ରୀଷ୍ଟ ବିଶ୍ୱାସ ପ୍ରତି ବିମୁଖ କରି ରଖିବାକୁ ଚାହୁଁଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ

8 ମାତ୍ର ଅଲ୍ଲୀମା ଏହା ବର୍ଯୀଶୁର ଗ୍ରୀକ୍ ନାମ ବର୍ଣ୍ଣ‌ବ୍‌‌ବା ଓ ଶାଉଲଙ୍କୁ ବାଧା ହେଲା। ଅଲ୍ଲୀମା ରାଜ୍ୟପାଳଙ୍କୁ ଯୀଶୁଙ୍କ ବିଶ୍ୱାସ ପଥରୁ ଦୂରେଇ ଦେବା ପାଇଁ ଚେଷ୍ଟାକଲା।

Gade chapit la Kopi




ପ୍ରେରିତ 13:8
16 Referans Kwoze  

ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି ।


ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ ।


ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା । ସେ ନାନା ସତ୍‌କର୍ମ ଓ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ ।


କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତି କି ଆଚମ୍ବିତ କରୁଥିଲା;


ଏଣୁ ଈଶ୍ୱରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ ।


ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ) ଦେଖା ପାଇଅଛୁ ।


ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍‍, ଯିହୁଦାର ରାଜା ସିଦିକୀୟର ରାଜତ୍ୱର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍‍ ନିବାସୀ ଅସ୍‍ସୁରର ପୁତ୍ର ହନାନୀୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,


ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋ’ଠାରୁ କେଉଁ ବାଟେ ଗଲେ ?”


ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ି ଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”


କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୂଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,


ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ , ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ ।


Swiv nou:

Piblisite


Piblisite