Biblia Todo Logo
Bib sou entènèt

- Piblisite -




ପ୍ରେରିତ 14:3 - ଓଡିଆ ବାଇବେଲ

3 ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ, ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତଥାପି ପ୍ରେରିତ ଶିଷ୍ୟମାନେ ପ୍ରଭୁଙ୍କ ବିଷୟରେ ଦୃଢ଼ ଭାବରେ ପ୍ରଚାର କରି ଅନେକ ଦିନ ସେଠାରେ ରହିଲେ। ଅଲୌକିକ କାର୍ଯ୍ୟ ଓ ଆଶ୍ଚର୍ଯ୍ୟ କର୍ମମାନ ସାଧନ କରିବା ଦ୍ୱାରା ସେମାନେ ପ୍ରମାଣ କଲେ ଯେ, ଈଶ୍ୱରଙ୍କ ଦୟା ବିଷୟରେ ସେମାନଙ୍କର ପ୍ରଚାରିତ ବାର୍ତ୍ତା ବାସ୍ତବିକ ସତ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ

3 ତଥାପି ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେଠାରେ ଅନେକ ଦିନ ରହିଲେ ଓ ପ୍ରଭୁଙ୍କର କଥା ସାହସର ସହିତ ପ୍ରଗ୍ଭର କଲେ। ସେମାନଙ୍କ ମାଧ୍ୟମରେ ପ୍ରଭୁ ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ କଲେ ଓ ଅନୁଗ୍ରହର ବାକ୍ୟ ପ୍ରଗ୍ଭର କଲେ।

Gade chapit la Kopi




ପ୍ରେରିତ 14:3
17 Referans Kwoze  

ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।


ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି ।


କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ୱରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି ।


ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ ।


କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।


କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ ।


ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ୱର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ ।


ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ । ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି;


ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ,


ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ ।


ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ୱରଙ୍କ ବାକ୍ୟ କହିବାକୁ ଲାଗିଲେ ।


Swiv nou:

Piblisite


Piblisite