Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:1 - ଓଡିଆ ବାଇବେଲ

1 ଏଥିମଧ୍ୟରେ କେତେକ ଲୋକ ଯିହୂଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିମଧ୍ୟରେ କେତେକ ଲୋକ ଯିହୁଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ୍ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯିହୁଦାରୁ କେତେକ ଲୋକ ଆଣ୍ଟିୟୋଖକୁ ଆସି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନେ ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବେ ନାହିଁ ବୋଲି ବିଶ୍ୱାସୀମାନଙ୍କୁ ଶିକ୍ଷା ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

1 କେତେକ ଲୋକ ଯିହୂଦାରୁ ଆନ୍ତିୟଖିଆକୁ ଆସିଲେ। ସେମାନେ ଭାଇମାନଙ୍କୁ ଏହି ଶିକ୍ଷା ଦେଲେ, “ତୁମ୍ଭେମାନେ ଯଦି ମୋଶାଙ୍କର ବ୍ୟବସ୍ଥା ଅନୁସାରେ ସୁନ୍ନତ ନ ହୁଅ, ତେବେ ତୁମ୍ଭେମାନେ ପରିତ୍ରାଣ ପାଇ ପାରିବ ନାହିଁ।”

Gade chapit la Kopi




ପ୍ରେରିତ 15:1
25 Referans Kwoze  

ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର ।


କିନ୍ତୁ ଫାରୂଶୀଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୂଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ ।


ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;


ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ।


ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;


ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାରରେ ମନୁଷ୍ୟର ସୁନ୍ନତ କରୁଅଛ ।


ତାହା ପରେ ଚଉଦବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି ।


ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୖେନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୂଦୀମାନଙ୍କ ମନ ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ ।


କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହି ସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ ।


ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;


ସେମାନେ ତାହା ଶୁଣି ଈଶ୍ୱରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‍ଯୋଗୀ ।


ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର ।


ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ ।


ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି ।


Swiv nou:

Piblisite


Piblisite