Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:12 - ଓଡିଆ ବାଇବେଲ

12 ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ଵାରା ବିଜାତିମାନଙ୍କ ମଧ୍ୟରେ ଈଶ୍ଵର ଯେସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବୃତ୍ତା; ଶ୍ରବଣ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ପାଉଲ ଓ ବର୍ଣ୍ଣବାଙ୍କ ଦ୍ୱାରା ଅଣଇହୁଦୀମାନଙ୍କ ମଧ୍ୟରେ ଈଶ୍ୱର ଯେଉଁ ସବୁ ଅଲୌକିକ କାର୍ଯ୍ୟ ଓ ଆଶ୍ଚର୍ଯ୍ୟ ବିଷୟ ସାଧନ କରିଥିଲେ, ସେମାନଙ୍କଠାରୁ ତାହାର ବିବରଣୀ ଶୁଣି ଦଳର ସମସ୍ତେ ନୀରବ ରହିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

12 ତା'ପରେ ସମସ୍ତେ ନୀରବ ହୋଇଗଲେ। ସେମାନେ ବର୍ଣ୍ଣ‌ବ୍‌‌ବା ଓ ପାଉଲଙ୍କ କଥା ଶୁଣିଲେ। ପରମେଶ୍ୱର ଅନ୍ୟ ଜାତୀୟମାନଙ୍କ ମଧ୍ୟରେ ସେମାନଙ୍କ ଜରିଆରେ, ଯେଉଁସବୁ ଆଶ୍ଚର୍ଯ୍ୟକର୍ମ ଓ ଚିହ୍ନମାନ କରିଥିଲେ, ସେ ସବୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ବର୍ଣ୍ଣନା କଲେ।

Gade chapit la Kopi




ପ୍ରେରିତ 15:12
6 Referans Kwoze  

ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ ।


ପରେ ସେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହି ସବୁ ବର୍ଣ୍ଣନା କଲେ ।


ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ୱର ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହି ସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।


ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ ।


ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୖେନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୂଦୀମାନଙ୍କ ମନ ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ ।


କାରଣ ଅଣଯିହୂଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋ' ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍‍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାଁନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ ।


Swiv nou:

Piblisite


Piblisite