Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:4 - ଓଡିଆ ବାଇବେଲ

4 ପରେ ସେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହି ସବୁ ବର୍ଣ୍ଣନା କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପରେ ସେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ମଣ୍ତଳୀ, ପୁଣି ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ଵାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ଵର ସେମାନଙ୍କ ସାଙ୍ଗରେ ଥାଇ ଯେସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେମାନେ ଯିରୂଶାଲମରେ ପହଞ୍ଚିବା ପରେ ମଣ୍ଡଳୀ, ପ୍ରେରିତ ଶିଷ୍ୟ ଓ ମଣ୍ଡଳୀର ନେତାମାନେ ସେମାନଙ୍କୁ ସ୍ୱାଗତ କଲେ। ଈଶ୍ୱର ସେମାନଙ୍କ ଦ୍ୱାରା କରିଥିବା କାର୍ଯ୍ୟ ସମ୍ପର୍କରେ ପାଉଲ ଓ ବର୍ଣ୍ଣବା ସେମାନଙ୍କୁ ଜଣାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।

Gade chapit la Kopi

ପବିତ୍ର ବାଇବଲ

4 ପାଉଲ, ବର୍ଣ୍ଣ‌ବ୍‌‌ବା ଓ ଅନ୍ୟମାନେ ଯିରୁଶାଲମରେ ପହଞ୍ଚିଲେ। ପ୍ରେରିତ, ପ୍ରାଚୀନ ଓ ଅନ୍ୟ ବିଶ୍ୱାସୀମାନେ ସେଠାରେ ସେମାନଙ୍କୁ ସ୍ୱାଗତ କଲେ। ପରମେଶ୍ୱର ସେମାନଙ୍କ ସହିତ ଯାହାସବୁ କରିଥିଲେ, ସେ ସବୁକଥା ସେମାନେ କହିଲେ।

Gade chapit la Kopi




ପ୍ରେରିତ 15:4
20 Referans Kwoze  

ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ ।


ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ ।


ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୖେନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୂଦୀମାନଙ୍କ ମନ ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ ।


କାରଣ ଅଣଯିହୂଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋ' ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍‍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାଁନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ ।


ଆମ୍ଭେମାନେ ଯିରୂଶାଲମରେ ପହଞ୍ଚନ୍ତେ ଆମ୍ଭମାନଙ୍କୁ ଭାଇମାନେ ଆନନ୍ଦରେ ଗ୍ରହଣ କଲେ ।


କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;


ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି,


ଆହୁରି ମଧ୍ୟ ଈଶ୍ୱରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ ।


ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି ।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ୱରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଈଶ୍ୱରଙ୍କ ଅନୁଗ୍ରହ ତାହା କରିଅଛି ।


ଅତଏବ ଈଶ୍ୱରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର ।


ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ୱର ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହି ସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।


ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ । ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ,


ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।


ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ ।


ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ ।


ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ ।


ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,


ପୁଣି, ସେମାନେ ନଗରସମୁହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ ।


Swiv nou:

Piblisite


Piblisite