Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:5 - ଓଡିଆ ବାଇବେଲ

5 କିନ୍ତୁ ଫାରୂଶୀଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୂଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କିନ୍ତୁ ଫାରୂଶୀଦଳର କେତେକ ଜଣ ବିଶ୍ଵାସୀ ଉଠି କହିଲେ, ବିଜାତୀୟ ଶିଷ୍ୟମାନଙ୍କୁ ସୁନ୍ନତ୍ କରିବା ଓ ମୋଶାଙ୍କର ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 କିନ୍ତୁ ଫାରୂଶୀ ମତାବଲମ୍ବୀ କେତେକ ବିଶ୍ୱାସୀ ଠିଆ ହୋଇ କହିଲେ, “ଅଣଇହୁଦୀମାନେ ସୁନ୍ନତ ହେବାକୁ ବାଧ୍ୟ ଏବଂ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ପାଇଁ ସେମାନଙ୍କୁ କୁହାଯିବା ଉଚିତ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ଫାରୂଶୀମାନଙ୍କ ଦଳର କେତେକ ବିଶ୍ୱାସୀ ଲୋକ ଠିଆ ହୋଇ କହିଲେ, “ଅନ୍ୟ ଜାତୀୟମାନଙ୍କୁ ନିଶ୍ଚିତରୂପେ ସୁନ୍ନତ ହେବାକୁ ପଡ଼ିବ ଓ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ପଡ଼ିବ।”

Gade chapit la Kopi




ପ୍ରେରିତ 15:5
14 Referans Kwoze  

ଏଥିମଧ୍ୟରେ କେତେକ ଲୋକ ଯିହୂଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ ।


ସେମାନେ ତାହା ଶୁଣି ଈଶ୍ୱରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‍ଯୋଗୀ ।


ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;


କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;


କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, "ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?


ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ଜ୍ୱଳିତ ହୋଇ ଉଠିଲେ


କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀଶାସ୍ତ୍ରରେ ଲିଖିତ ଅଛି, ସେହି ସବୁ ମୁଁ ବିଶ୍ୱାସ କରେ;


କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେମାନେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି ।


କେହି କି ସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି ? ସେ ଅସୁନ୍ନତି ପରି ଦେଖାଯିବାକୁ ଚେଷ୍ଟା ନ କରୁ। କେହି କି ଅସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି ? ସେ ସୁନ୍ନତି ନ ହେଉ ।


କିନ୍ତୁ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ ।


କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ ?


Swiv nou:

Piblisite


Piblisite